PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଆତଙ୍କରାଜ, ବାପାର ଅପରାଧ ସାମ୍ରାଜ୍ୟ ସମ୍ଭାଳିଲା ପୁଅ, ନାବାଳକଙ୍କ ଛୁରୀ ମାଡ଼ରେ ଯୁବକ ଗୁରୁତର
  • ||
  • ଭୁବନେଶ୍ଵର : ଅଗଷ୍ଟ ୯ରୁ ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ହଷ୍ଟେଲ ଖୋଲିବାକୁ ଅନୁମତି
  • ||
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଗତକାଲି ବିଳମ୍ବିତ ରାତିରେ ଛୁରାମାଡ, ଜଣେ ଗୁରୁତର, ପୁଲିସ କବ୍ଜାରେ ଅଭିଯୁକ୍ତ ନାବାଳକ
  • ||
  • ଛତ୍ରପୁର : ଆର୍ଜିପଲ୍ଲୀ ଗ୍ରାମରେ ସୈତାନ ସାଜିଲା ସ୍ୱାମୀ, କିରୋସିନ ଢାଳି ସ୍ତ୍ରୀକୁ ନିଆଁ ଲଗାଇଦେଲା ସ୍ୱାମୀ
  • ||
  • ବରଗଡ଼ : ଭିଜିଲାନ୍ସ ଜାଲରେ ବରଗଡ ପଦ୍ମପୁର ସ୍ଥିତ ସହକାରୀ ଚକ୍ଷୁ ଚିକିତ୍ସକ, ଏକକାଳୀନ ଦୁଇଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ବଲାଙ୍ଗୀର : ଦିନିକିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ 5Tସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • Tokyo Olympics: ଜାଭେଲିନ୍‌ରେ ନୀରଜଙ୍କ ଦମଦାର ପ୍ରଦର୍ଶନ, ୮୬.୬୫ ମି. ଥ୍ରୋ କରି ଫାଇନାଲରେ କଲେ ଏଣ୍ଟ୍ରି
  • ||
  • ଅନୁଗୁଳ : ବ୍ରାହ୍ମଣୀ ନଦୀରେ ବଢୁଛି ଜଳସ୍ତର, ରେଙ୍ଗାଳି ଡ୍ୟାମରୁ ଛଡାଯିବ ପ୍ରଥମ ବନ୍ୟାଜଳ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍
  • ||
  • ଭୁବନେଶ୍ଵର : ‘ପିଏମ୍‌ ଆବାସ’ରେ ପୁଳାପୁଳା ଦୁର୍ନୀତି, ସଂସଦରେ ମନ୍ତ୍ରୀଙ୍କ ଉତ୍ତର-ଓଡ଼ିଶାରେ ୮୫% ଅଯୋଗ୍ୟ ହିତାଧିକାରୀ
  • ||
  • ରାମପୁର : କଳାହାଣ୍ଡି ଜିଲ୍ଳା ଅନ୍ତର୍ଗମ ମ.ରାମପୁର ଥାନା ପାଜିବାହାଲି ଛକ ନିକଟରୁ ନିଖୋଜ ୨ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା : କୋଭିଡ୍ କଟକଣା ମଧ୍ୟରେ ଖୋଲିଲା ତୁଳସୀକ୍ଷେତ୍ର, ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ କାଳୁପାତ୍ର ସାହିରେ ବେଆଇନ୍ ଗୁଟଖା ୟୁନିଟ୍ ଉପରେ ଚଢାଉ, ୨ ଗିରଫ
  • ||

ସମ୍‌ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ପ୍ଲାଷ୍ଟିକ୍‌ସର୍ଜରୀ ଦ୍ୱାରା ଯୋଡା ହେଲା ୯ ବର୍ଷ ବାଳକର କଟା ଅଙ୍ଗୁଳି

ଭୁବନେଶ୍ୱର : ଯୋଡି ହେଲା ୯ ବର୍ଷର ବାଳକର କଟି ଯାଇଥିବା ଅଙ୍ଗୁଳି । ସମ୍‌ ହସ୍ପିଟାଲ୍‌ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ଯୋଗୁଁ ନିଜ ଅଙ୍ଗୁଳିଟିକୁ ଫେରିପାଇଲା ବାଙ୍କି ଡମ୍‌ପଡା ଅଂଚଳର ରାମଚନ୍ଦ୍ର ବେହେରାଙ୍କ ୯ ବର୍ଷର ପୁଅ ରିତିସ ରଞ୍ଜନ ବେହେରା । ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ବର୍ଣ୍ଣସ୍‌, ପ୍ଲାଷ୍ଟିକ୍‌ ଓ କସ୍‌ମେଟିକ୍‌ ସର୍ଜରୀ ବିଭାଗର ସର୍ଜନ ଡାକ୍ତର ସୁଶାନ୍ତ କୁମାର ମିଶ୍ରଙ୍କ ସଫଳ ଅସ୍ତ୍ରୋପଚାର ଯୋଗୁଁ ରିତିସ୍‌ର କଟା ଆଙ୍ଗୁଠି ଯୋଡି ହୋଇପାରିଛି ।

ଗତ ଅଗଷ୍ଟ ୩୧ ତାରିଖ ଦିନ ନିଜ ଘରର ଲୁହା ଗେଟଟିକୁ ବନ୍ଦ କରୁଥିବା ସମୟରେ ହଠାତ୍‌ ଗେଟ ଫାଙ୍କରେ ଡାହାଣ ହାତର ବିଶି ଆଙ୍ଗୁଠିଟି ପଶିଯାଇ ପାପୁଲିରୁ ସମ୍ପୁର୍ଣ୍ଣ ଅଲଗା ହୋଇଯାଇଥିଲା । ବାପା ରାମଚନ୍ଦ୍ର ବେହେରା ସଂଗେ ସଂଗେ କଷ୍ଟରେ ଜର୍ଜରିତ ଥିବା ପୁଅ ସହିତ କଟା ଅଙ୍ଗୁଳି ଟିକୁ ଧରି ଚିକିତ୍ସା ପାଇଁ କେତେକ ଘରୋଇ ହସ୍ପିଟାଲ୍‌କୁ ଯାଇଥିଲେ ମଧ୍ୟ ତାଙ୍କୁ ନିରାଶ ହେବାକୁ ପଡିଥିଲା । ଶେଷରେ ସେ ସମ୍‌ ହସ୍ପିଟାଲର ବର୍ଣ୍ଣସ୍‌, ପ୍ଲାଷ୍ଟିକ୍‌ ଓ କସ୍‌ମେଟିକ୍‌ ସର୍ଜରୀ ବିଭାଗକୁ ଚିକିତ୍ସା ନିମନ୍ତେ ପୁଅକୁ ଆଣିଥିଲେ । ଡଃ ସୁଶାନ୍ତ କୁମାର ମିଶ୍ରଙ୍କ ଅଧୀନରେ ଚିକିତ୍ସା ଆରମ୍ଭ କରାଯାଇଥିଲା । ଡଃ ମିଶ୍ରଙ୍କ ତତ୍ୱାବଧାନରେ ଏକ ୫ ଜଣିଆ ଟିମ୍‌ ବାଳକଟିର ଅଙ୍ଗୁଳିର ମାଇକ୍ରୋସର୍ଜରୀ ପଦ୍ଧତିରେ ଅସ୍ତ୍ରୋପଚାର କରିଥିଲେ । ଅସ୍ତ୍ରୋପଚାର ପରେ ବାଳକଟିର ଅଙ୍ଗୁଳି ସଂପୁର୍ଣ୍ଣ ଭାବେ ଯୋଡି ହୋଇଯାଇଛି । ଖୁବ୍‌ କମ୍‌ ଦିନ ମଧ୍ୟରେ ସେହି ହାତରେ ସ୍ୱାଭାବିକ ଭାବେ ବାଳକଟି ସମସ୍ତ କାର୍ଯ୍ୟ କରିପାରିବ ବୋଲି ଡାକ୍ତରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।