PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ଅଯୋଧ୍ୟା ରାୟ ମାମଲା: ଆଜି ସୁପ୍ରିମକୋର୍ଟରେ ପୁନର୍ବିଚାର ଆବେଦନର ଶୁଣାଣି କରିବେ ୫ ଜଣିଆ ଖଣ୍ଡପୀଠ

ନୂଆଦିଲ୍ଲୀ ୧୨/୧୨: ଆଜି ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଦାୟର କରାଯାଇଥିବା ପୁନର୍ବିଚାର ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହେବ । ରାୟର ପୁନର୍ବିଚାର ନିମନ୍ତେ ମୁସ୍‌ଲିମ୍‌ ପକ୍ଷ ୭ଟି, ହିନ୍ଦୁ ମହାସଭା ପକ୍ଷରୁ ଗୋଟିଏ ଏବଂ ଅନ୍ୟ କେତେକ ବ୍ୟକ୍ତିଙ୍କ ପକ୍ଷରୁ ଆଉ କିଛି ପିଟିସନ ଦାୟର କରାଯାଇଥିଲା।

ଆଜି ସୁପ୍ରିମକୋର୍ଟରେ ଏସମ୍ପର୍କିତ ୯ଟି ପିଟିସନର ଉପରେ ଶୁଣାଣି କରାଯିବ । ବିଚାରପତିଙ୍କ ଚାମ୍ବର ମଧ୍ୟରେ ସୁପ୍ରିମକୋର୍ଟର ୫ ଜଣିଆ ଖଣ୍ଡପୀଠ ପିଟିସନଗୁଡ଼ିକର ଶୁଣାଣି କରିବେ । ପୂର୍ବରୁ ସୁପ୍ରିମକୋର୍ଟ ଅଯୋଧ୍ୟା ବିବାଦ ମାମଲାରେ ଚୂଡାନ୍ତ ରାୟ ଦେଇ ସମ୍ପୂର୍ଣ୍ଣ ବିବାଦୀୟ ଭୂମିକୁ ରାମ ମନ୍ଦିର ନିର୍ମାଣ ନିମନ୍ତେ ହସ୍ତାନ୍ତର କରିବାକୁ କହିଥିଲେ।

ସମ୍ବନ୍ଧିତ ଖବର