PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ଜଙ୍ଗଲ ମଝିରେ ଯୁବକଙ୍କୁ ତଣ୍ଟିକାଟି ପଥରରେ ଛେଚି ହତ୍ୟା, କ୍ଷତାକ୍ତ ମୃତଦେହ ଉଦ୍ଧାର

ବଣାଇ ୧୯/୧୨: ଜଙ୍ଗଲରୁ ଯୁବକ କ୍ଷତାକ୍ତ ମୃତଦେହ ଉଦ୍ଧାର। ପଥରରେ ଛେଚି ଯୁବକକୁ ହତ୍ୟା । ସୁନ୍ଦରଗଡ଼ ଜିଲ୍ଲାର ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରିକଳା ଗ୍ରାମ ନିକଟରେ ଥିବା ଜଙ୍ଗଲ ପାଖରୁ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରିକଳା ନିକତବର୍ତ୍ତୀ ଜଙ୍ଗଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଜଙ୍ଗଲରେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ପୁଲିସ୍‌କୁ ସୂଚନା ମିଳିବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିବା ସୂଚନା ମିଳିଛି ।

ଘଟଣାସ୍ଥଳରୁ ମଦ ବୋତଲ, ଗାଡି ମଧ୍ୟ ଜବତ କରିଛି ପୋଲିସ । ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ଯୁବକଙ୍କୁ କେହି ଗତକାଲି ରାତିରେ ହତ୍ୟା କରି ଜଙ୍ଗଲରେ ଫୋପାଡି ଦେଇଥିବା ସନ୍ଦେହ କରାଯାଉଛି । ଯୁବକଙ୍କ ପ୍ରକୃତ ପରିଚୟ ମିଳିନଥିବା ବେଳେ ତାଙ୍କ ଘର ରାଉରକେଲା ଜଲଦା ଅଞ୍ଚଳରେ ବୋଲି ଜଣାପଡିଛି । ପୁଲିସ୍ ସାଇଣ୍ଟିଫିକ୍‌ ଟିମ୍ ସହାୟତାରେ ଘଟଣା ସ୍ଥଳର ଯାଞ୍ଚ କରିବା ସହ ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ଘଟଣା ସଂପର୍କରେ ଜଣାପଡିବ ବୋଲି ପୁଲିସ୍ ସୂଚନା ଦେଇଛି।