ଶ୍ରେଣୀ ଗୃହରେ ଶିକ୍ଷକଙ୍କ ଆତ୍ମହତ୍ୟା!

ନିମାପଡା, ୧୯|୦୨:  ପୁରୀ ଜିଲ୍ଲା ନିମାପଡ ନିକଟବର୍ତ୍ତୀ ଧିରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟରୁ ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଆଜି ବିଦ୍ୟାଳୟରେ ଶିକ୍ଷକ ଆର୍ତ୍ତତ୍ରାଣ ସ୍ୱାଇଁଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ପୋଲିସକୁ ଖବର ଦିଆଯାଇଥିଲା। ନିମାପଡା ପୋଲିସ ସ୍କୁଲରେ ପହଁଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ସେ ଧାର କରଜରେ ବୁଡି ରହିଥିଲେ। ଏପରିକି ମାନସିକ ଚାପରେ ମଧ୍ୟ ରହୁଥିଲେ। ଏଥିପାଇଁ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ପୋଲିସ କହିଛି।

   ସମ୍ବନ୍ଧିତ ଖବର


ପୁଣି କଳା ପଲସର ଆତଙ୍କ : ଗୁଳି ଫୁଟାଇ ଭୁଜାଲିରେ ହାଣି ଲୁଟିନେଲେ ୯ ଲକ୍ଷ ଟଙ୍କା

ଉଗ୍ରରୂପ ନେଲା ପାରିବାରିକ କଳହ : ହତ୍ୟା ପରେ ଯୁବକଙ୍କୁ ସ୍ତ୍ରୀ ଏବଂ ପୁଅ-ଝିଅ ପୋଡି ଦେଇଥିବା ଅଭିଯୋଗ

ରାଜ୍ୟ ପାଇଁ ଆଶ୍ବସ୍ତି ଖବର: ସୁସ୍ଥ ହେଲେ ଆଉ ୧୧୨ ଜଣ କରୋନା ଆକ୍ରାନ୍ତ, କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ

ଅର୍ଜୁନ ପୁରସ୍କାର ପାଇଁ ଦୀପଗ୍ରେସଙ୍କ ନାମ ସୁପାରିସ !

କରୋନା ସମୟରେ ପ୍ରଥମ ରାଜ୍ୟ ଭାବେ ଖେଳ ଆୟୋଜନ କରିବ ଓଡ଼ିଶା, ଟି-୧୦ ପ୍ରିମିୟର ଲିଗ୍ ପାଇଁ‌ ଅନ୍‌ଲାଇନ୍‌ରେ ଆବେଦନ

ଆସନ୍ତା ୮ ତାରିଖରେ ଓଡ଼ିଶାର ଜନସାଧାରଣଙ୍କୁ ସମ୍ବୋଧିତ କରିବେ ଅମିତ ଶାହ