PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଆତଙ୍କରାଜ, ବାପାର ଅପରାଧ ସାମ୍ରାଜ୍ୟ ସମ୍ଭାଳିଲା ପୁଅ, ନାବାଳକଙ୍କ ଛୁରୀ ମାଡ଼ରେ ଯୁବକ ଗୁରୁତର
  • ||
  • ଭୁବନେଶ୍ଵର : ଅଗଷ୍ଟ ୯ରୁ ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ହଷ୍ଟେଲ ଖୋଲିବାକୁ ଅନୁମତି
  • ||
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଗତକାଲି ବିଳମ୍ବିତ ରାତିରେ ଛୁରାମାଡ, ଜଣେ ଗୁରୁତର, ପୁଲିସ କବ୍ଜାରେ ଅଭିଯୁକ୍ତ ନାବାଳକ
  • ||
  • ଛତ୍ରପୁର : ଆର୍ଜିପଲ୍ଲୀ ଗ୍ରାମରେ ସୈତାନ ସାଜିଲା ସ୍ୱାମୀ, କିରୋସିନ ଢାଳି ସ୍ତ୍ରୀକୁ ନିଆଁ ଲଗାଇଦେଲା ସ୍ୱାମୀ
  • ||
  • ବରଗଡ଼ : ଭିଜିଲାନ୍ସ ଜାଲରେ ବରଗଡ ପଦ୍ମପୁର ସ୍ଥିତ ସହକାରୀ ଚକ୍ଷୁ ଚିକିତ୍ସକ, ଏକକାଳୀନ ଦୁଇଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ବଲାଙ୍ଗୀର : ଦିନିକିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ 5Tସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • Tokyo Olympics: ଜାଭେଲିନ୍‌ରେ ନୀରଜଙ୍କ ଦମଦାର ପ୍ରଦର୍ଶନ, ୮୬.୬୫ ମି. ଥ୍ରୋ କରି ଫାଇନାଲରେ କଲେ ଏଣ୍ଟ୍ରି
  • ||
  • ଅନୁଗୁଳ : ବ୍ରାହ୍ମଣୀ ନଦୀରେ ବଢୁଛି ଜଳସ୍ତର, ରେଙ୍ଗାଳି ଡ୍ୟାମରୁ ଛଡାଯିବ ପ୍ରଥମ ବନ୍ୟାଜଳ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍
  • ||
  • ଭୁବନେଶ୍ଵର : ‘ପିଏମ୍‌ ଆବାସ’ରେ ପୁଳାପୁଳା ଦୁର୍ନୀତି, ସଂସଦରେ ମନ୍ତ୍ରୀଙ୍କ ଉତ୍ତର-ଓଡ଼ିଶାରେ ୮୫% ଅଯୋଗ୍ୟ ହିତାଧିକାରୀ
  • ||
  • ରାମପୁର : କଳାହାଣ୍ଡି ଜିଲ୍ଳା ଅନ୍ତର୍ଗମ ମ.ରାମପୁର ଥାନା ପାଜିବାହାଲି ଛକ ନିକଟରୁ ନିଖୋଜ ୨ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା : କୋଭିଡ୍ କଟକଣା ମଧ୍ୟରେ ଖୋଲିଲା ତୁଳସୀକ୍ଷେତ୍ର, ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ କାଳୁପାତ୍ର ସାହିରେ ବେଆଇନ୍ ଗୁଟଖା ୟୁନିଟ୍ ଉପରେ ଚଢାଉ, ୨ ଗିରଫ
  • ||

ପିଏମ୍‌ ମୋଦୀଙ୍କ ‘ଜଙ୍ଗଲରାଜ କି ଯୁବରାଜ’ ଆକ୍ଷେପର ଜବାବ ରଖିଲେ ତେଜସ୍ବୀ, କହିଲେ ‘ସେ ଦେଶର ପ୍ରଧାନମନ୍ତ୍ରୀ, ଯାହା ବି କହି ପାରିବେ’

ନୂଆଦିଲ୍ଲୀ, ୨୯/ ୧୦: କରୋନା କାଳରେ ଚାଲିଛି ବିହାର ବିଧାନସଭା ନିର୍ବାଚନ। ଗତକାଲି ପ୍ରଥମ ପର୍ଯ୍ୟାୟ ମତଦାନ ପରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ନଭେମ୍ବର ୩ ତାରିଖରେ ହେବ। ଏଥିପାଇଁ ନିର୍ବାଚନ ପ୍ରଚାର ଜୋରଦାର ଚାଲିିଛି। ବିଭିନ୍ନ ରାଜନୈତିକ ଦଳ ଭୋଟରଙ୍କୁ ମନାଇବାକୁ କରୁଛନ୍ତି ଜୋଦାର ପ୍ରଚାର। ଏଥିସହିତ ବିଭିନ୍ନ ଦଳ ବିପକ୍ଷ ଦଳକ କଟାକ୍ଷ ସମାଲୋଚନା ମଧ୍ୟ କରୁଛନ୍ତି। ଏସବୁ ମଧ୍ୟରେ ପିଏମ୍‌ ନରେନ୍ଦ୍ର ମୋଦୀ ଆରଜେଡି ନେତା ତେଜସ୍ବୀ ଯାଦବଙ୍କୁ କଟାକ୍ଷ କରିଥିଲେ। ଯାହାର ଉତ୍ତର ରଖିଛନ୍ତି ତେଜସ୍ବୀ। ସେ କହିଛନ୍ତି ଯେ, ବିହାର ଲୋକଙ୍କ ଆଶା ଥିଲାକି ପିଏମ୍‌ ମୋଦୀ ବିଶେଷ ପ୍ୟାଜେକ, ବେରୋଜଗାରୀ ଉପରେ କଛି କହିବେ ହେଲେ ସେଭଳି କିଛି ସେ କହିଲେନି।

ପିଏମ୍‌ ମୋଦୀ ଭାଷଣ ଦେବା ସମୟରେ ତେଜସ୍ବୀଙ୍କୁ କଟାକ୍ଷ କରି କହିଥଲେ କି ଜଙ୍ଗଲରାଜ ର ଯୁବରାଜ। ତାର ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ସେ ଦେଶର ପ୍ରଧାନମନ୍ତ୍ରୀ କିଛି ବି କହି ପାରନ୍ତି। ସେହି ଉପରେ ମୋର କିଛି କହିବାର ନାହିଁ ବୋଲି ସେ କହିଛନ୍ତି।

ତେଜସ୍ବୀ ମୋଦୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷକ, ଶ୍ରମିକଙ୍କ ବିଷୟରେ କିଛି କହିଲେ ନାହିଁ। କେନ୍ଦ୍ର ଓ ରାଜ୍ୟ ସରକାର ନିର୍ବାଚନରେ ମୋର ବିପକ୍ଷରେ କାମ କରୁଛନ୍ତି। ଲୋକଙ୍କ ସତ ଜଣା ଅଛି। ଲୋକ ଏବେ ଚାକିରି, ବିକାଶୁ ନେଇ ପ୍ରଶ୍ନ ଉଠାଇବା ଆରମ୍ଭ କରିଛନ୍ତି। ଏହି ନିର୍ବାଚନ ମୋଦୀ, ନୀତିଶ, ଚିରାଗ, ରାହୁଲଙ୍କୁ ନେଇ ନୁହେଁ ଅସଲି ମୁଦ୍ଦାକୁ ନେଇ ହେଉଛି ବୋଲି ସେ କହିଛନ୍ତି।

ସମ୍ବନ୍ଧିତ ଖବର