ପ୍ରମୁଖ ଖବର
  • ବୌଦ୍ଧ ପୋଲିସକୁ ବଡ଼ ସଫଳତା, ୧୦ ଜଣିଆ ଡକାୟତି ଗ୍ୟାଙ୍ଗ ଧରିଲେ
  • ||
  • ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବୈଠକ, ରତ୍ନଭଣ୍ଡାର ଖୋଲିବା, ମରାମତି ନେଇ ଆଲୋଚନା
  • ||
  • ରାଇଘରରେ ପୋଲିସ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
  • ||
  • ଦିନକ ପରେ ବିଶ୍ୱପ୍ରସିଦ୍ଧ ଚନ୍ଦନଯାତ୍ରା, ନରେନ୍ଦ୍ରରେ ଚାପ ଖେଳିବେ ମଦନମୋହନ
  • ||
  • ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ, କୃଷ୍ଣପ୍ରସାଦପୁରରେ କରିବେ ପ୍ରଚାର
  • ||
  • ଝାରସୁଗୁଡ଼ା, ପଡିଆରୁ ୩ ମୃତଦେହ ଠାବ, ଗୋଟିଏ ପରିବାର ହୋଇଥିବା ସନ୍ଦେହ
  • ||
  • ଆଇପିଏଲ ମହାସମରରେ ପଞ୍ଜାବ କିଙ୍ଗ୍ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ହାରିଲେ ବିଦା
  • ||
  • ବିଏମ୍‌ସି କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଏଣିକି ବିଳମ୍ବରେ ଅଫିସ୍ ଆସିଲେ ଦରମା କାଟ୍‌
  • ||
  • ରାଜ୍ୟରେ କମ୍ପୁଛି ପ୍ରଚାର ମଇଦାନ୍, ଆଜି ଗଞ୍ଜାମ, କନ୍ଧମାଳରେ କ୍ୟାମ୍ପେନିଂ କରିବେ ନବୀନ
  • ||
  • ରାଜ୍ୟରେ ଆସନ୍ତା ୧୨ ଯାଏ ଅଧିକ ବର୍ଷା ସମ୍ଭାବନା, ୧୫ ଯାଏ ଉପକୂଳରେ ବଢ଼ିବନି ତାତି
  • ||

ଏହି ରାଶିର ବ୍ୟକ୍ତିଙ୍କ ଯଶ,ସମ୍ମାନ,ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ

ମେଷ : ଅଷ୍ଟମ ଚନ୍ଦ୍ର, ଶନିବାର ଏବଂ ବିଷ୍ଟୀକରଣ ହେତୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଆର୍ଥିକ କ୍ଷତି, ଶାରୀରିକ ପୀଡ଼ା ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଘାତବାର, ସକାଳ ୮ଟା ୨୮ ମିନିଟ୍‌ ପରେ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ ଏବଂ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଏବଂ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଷଷ୍ଠ ଚନ୍ଦ୍ର, ଶନିବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ :  କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଶନିବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଏବଂ ଧୀଶକ୍ତି, ସ୍ମରଣଶକ୍ତି ହ୍ରାସ ପାଇବ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତବାର ଏବଂ ଚତୁର୍ଥ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ପରିଶ୍ରମ ତୁଳନାରେ କମ୍‌ ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଘାତବାର, ତୃତୀୟ ଚନ୍ଦ୍ର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀ, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ବିଛା : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ତତ୍ପରତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଏକାଦଶ ଚନ୍ଦ୍ର, ଶନିବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଆର୍ଥିକ ଅବସ୍ଥାରେ ଉନ୍ନତି, ବ୍ୟବସାୟରେ ଅଗ୍ରଗତି ଏବଂ ଆୟର ନୂତନ ପନ୍ଥା ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ଦଶମ ଚନ୍ଦ୍ର, ଶନିବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଆଜି ସମସ୍ତ କର୍ମରେ ଅସମ୍ଭବ ସଫଳତା ମିଳିବ ଏବଂ ସମସ୍ତ ଅଟକିଥିôବା କାମ ସଫଳତାର ସହ ସମ୍ପାଦନ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧାର୍ମିକ କର୍ମରେ ବିଘ୍ନ ଓ ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଓ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା :  ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.