PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: କଟକରୁ ଧରାପଡ଼ିଥିବା ନକଲି କରୋନା ଔଷଧ ଝାରସୁଗୁଡ଼ାର ଏକ ମେଡିକାଲ ଷ୍ଟୋରରୁ ଠାବ, ଜବତ କଲେ ଝାରସୁଗୁଡ଼ା ଡ୍ରଗ୍ ଇନ୍ସପେକ୍ଟର
  • ||
  • କୋକସରା: ଶୌଚ ପାଇଁ ଯାଇ ଘରକୁ ଫେରିନଥିଲେ, ପୋଖରୀରୁ ଉଦ୍ଧାର ହେଲା ମୃତଦେହ
  • ||
  • କଳାହାଣ୍ଡି : ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗରେ କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ଚଢ଼ାଉ
  • ||
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ଇମ୍ରାନ୍ ଖାନ୍ କହିଲେ ‘ଭାରତ ସହ ଆଉ ଆଲୋଚନାର ପ୍ରଶ୍ନ ଉଠୁନି’

source:www.latestly.com

ନୁଆଦିଲ୍ଲୀ ୨୨/୮: କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରଠୁ ପାକିସ୍ତାନ ଚିନ୍ତାରେ ପଡିଯାଇଛି । କ୍ରୋଧ ଓ ଚିନ୍ତାରେ ସେ ଭିନ୍ନ ଭିନ୍ନ ନିଷ୍ପତ୍ତି ନେଉଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବେ ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଇଛନ୍ତି । ଭାରତ ପାକିସ୍ତାନ ବିରୋଧରେ କୌଣସି ସୈନ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ  ପାକିସ୍ତାନ ଏହାର ଜବାବ ଦେବ ବୋଲି ସେ କହିଛନ୍ତି ।

ଭାରତ ସହ କଥାବାର୍ତ୍ତା ହେବାର କୌଣସି ଲାଭ ନାହିଁ  ବୋଲି ଆମେରିକାର ଖବର କାଗଜ ଦି ନ୍ୟୁୟର୍କ ଟାଇମ୍ସକୁ ଦେଇଥିବା ଏକ ସାକ୍ଷାତକାରରେ ଏହି ସୂଚନା ଦେଇଛନ୍ତି । ସେ ଶାନ୍ତି ସ୍ଥାପନ ପାଇଁ ସବୁକିଛି କରିଥିବା କଥା କହିଛନ୍ତି । ହେଲେ ଭାରତ ଏହାକୁ ଏକ ତୁଷ୍ଟି କରଣ ବୋଲି ଭାବି ନେଇଛି ବୋଲି ସେ ଏଥିରେ ସୂଚନା ଦେଇଛନ୍ତି । ଏହି ଯୁଦ୍ଧ ହେଲେ ପରମାଣୁ ଯୁଦ୍ଧ ହେବ ଓ ଏହା ସାରା ବିଶ୍ୱ ପାଇଁ ବିପଦ ଜନକ ହେବ ବୋଲି ସେ କହିଛନ୍ତି ।

ଏହା ପୂର୍ବରୁ ସେ କାଶ୍ମୀରରେ ସୁରକ୍ଷା ନେଇ  ଚିନ୍ତିତ ବୋଲି କହିଛନ୍ତି । ଆସନ୍ତା ମାସରେ ପ୍ରଧାନମନ୍ତ୍ରୀ ମୋଦୀ ଜାତିସଂଘରେ ଉଦ୍‌ବୋଧନ ଦେବାବେଳେ ପାକିସ୍ତାନ କାଶ୍ମୀର ପ୍ରସଙ୍ଗ ଉଠାଇବ ବୋଲି ପାକିସ୍ତାନର କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଛି ।

ଇମରାନ ଖାନଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାରରେ ପାକିସ୍ତାନ କ୍ୟାବିନେଟର ବୈଟକ ଅନୁଷ୍ଠିତ ହୋଇଥିଲା ।ଏଥିରେ କାଶ୍ମୀର ବିଷୟରେ ଆଲୋଚନା ହୋଇଥିଲା । ସେପ୍ଟେମ୍ବର ୨୭ ତାରିଖରେ ଇମରାନ୍‌ ଖାନଙ୍କ ପୂର୍ବରୁ ମୋଦୀ ଜାତିସଂଘର ସାଧାରଣ ସଭାକୁ ସମ୍ବୋଧିତ କରିବେ । ପାକିସ୍ତାନ ଜାତିସଂଘରେ କାଶ୍ମୀର ପ୍ରସଙ୍ଗକୁ ଉତ୍ଥାପନ  କରିବ । କାଶ୍ମୀର ପ୍ରସଙ୍ଗରେ ପାକିସ୍ତାନକୁ ଜାତିସଂଘ ସୁରକ୍ଷା ପରିଷଦରୁ କୌଣସି  ସହାୟତା ମିଳି ନଥିବା ବେଳେ ଏହି ପ୍ରସଙ୍ଗରୁ ସେ ଅନ୍ତର୍ଜାତୀୟ ନ୍ୟାୟାଳୟକୁ  ନେବ ବୋଲି କହିଥିଲା । ତେବେ କହିରଖୁଛୁ କିଛି ଦିନ ତଳେ କୁଳଭୂଷଣଙ୍କ ମାମଲାରେ ଅନ୍ତର୍ଜାତୀୟ ଅଦାଲତରେ ଭାରତଠୁ ପରାସ୍ତ ହୋଇଥିଲା ପାକିସ୍ତାନ ।