PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ରାଜ୍ୟସଭାରେ ୩ କୃଷି ଆଇନ ଉଚ୍ଛେଦ ବିଲ୍ ପାରିତ

ନୂଆଦିଲ୍ଲୀ, ୨୯/୧୧ : ରାଜ୍ୟସଭାରେ ୩ କୃଷି ଆଇନ ଉଚ୍ଛେଦ ବିଲ୍ ପାରିତ। କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଆଣିଥିବା ଉଚ୍ଛେଦ ବିଲ୍ ପାରିତ ହୋଇଛି। ପ୍ରବଳ ହଟ୍ଟଗୋଳ ମଧ୍ୟରେ ଲୋକସଭା ପରେ ରାଜ୍ୟସଭାରେ ଏହି ବିଲ୍‌କୁ ପାରିତ କରାଯାଇଛି। ଏବେ ଏହି ବିଲ୍‌କୁ ପାରିତ କରିବା ପାଇଁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯିବ।

କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଏନେଇ କହିଛନ୍ତି ଯେ, ଗୃହକୁ ଚଳାଇ ଦେଉନାହୁଁ ବୋଲି ସରକାର ସର୍ବଦା ଆରୋପ ଲଗାଉଛନ୍ତି। ହେଲେ କୃଷି ଆଇନ ଉଚ୍ଛେଦ ବିଲ୍ ୨୦୨୧ ଉପସ୍ଥାପନ ହେଉ ହେଉ ବିନା ଚର୍ଚ୍ଚାରେ ଏହାକୁ ପାରିତ କରାଗଲା। ତେବେ ଏହା ପଛରେ ମନ୍ କି ବାତ୍ ଆନ୍ୟ କିଛି ରହିଛି। ସେହିପରି ରାଜ୍ୟସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ, ନିର୍ବାଚନ ହାରିବା ଭୟରେ ସରକାର ଏଭଳି କରିଛନ୍ତି।

ପ୍ରକାଶ ଥାଉକି, ୩ ନୁଆ କୃଷି ଆଇନ ବିରୋଧରେ ଗତ ଏକ ବର୍ଷ ହେବ କୃଷକ ସଙ୍ଗଠନମାନେ ଆନ୍ଦୋଳନ କରି ଆସୁଥିଲେ। ଏହାକୁ ଦୃଷ୍ଟିରେ ରଖି ସରକାର ଏହି ଆଇନକୁ ଉଚ୍ଛେଦ କରିବା ପାଇଁ ଘୋଷଣା କରିଥିଲେ। ତେବେ ଆଜି ପ୍ରବଳ ହଟ୍ଟଗୋଳ ମଧ୍ୟରେ ରାଜ୍ୟସଭାରେ ନୂଆ କୃଷି ଆଇନ ଉଚ୍ଛେଦ ବିଲ୍ ପାରିତ ହୋଇଛି।

ସମ୍ବନ୍ଧିତ ଖବର