କାଳବୈଶାଖୀ ପାଇଁ ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର ୨୭/୪: ୫ ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା । ଆଜି ସନ୍ଧ୍ଯାରେ କାଳବୈଶାଖୀ ହେବାର ସମ୍ଭାବନା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ୫ଟି ଜିଲ୍ଲା ହେଲା କନ୍ଧମାଳ, କୋରାପୁଟ, ରାୟଗଡା, ଗଜପତି ଏବଂ ଗଞ୍ଜାମ । କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀର ପ୍ରଭାବରେ ଝଡପବନ ସହ ବର୍ଷା ହେବ । ଏହାସହ  ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ମଧ୍ଯ ରହିଛି ।

   ସମ୍ବନ୍ଧିତ ଖବର


ଓସିଏ ଆୟୋଜନ କରିବ ଟି-୨୦ ଲିଗ୍, ଭାଗ ନେବେ ୬ଟି ଟିମ୍‌

ବଲାଙ୍ଗୀର:ଜମି ବଢିନି ଚାଷୀ ବଢିଗଲେ- କୃଷି ବିଭାଗ କହିଲା ଲକ୍‌ଡାଉନ୍ ଯୋଗୁଁ ରାଜ୍ୟ ବାହାରୁ ଫେରି ଆସିଛନ୍ତି ଚାଷୀ

ଡିସେମ୍ବର ଗାଇଡଲାଇନ୍: ୩୧ ଯାଏଁ ସିନେମା ହଲ ବନ୍ଦ, କ’ଣ ଖୋଲା କ’ଣ ବନ୍ଦ ଜାଣନ୍ତୁ…

ମଙ୍ଗଳବାରରୁ ସମସ୍ତ ରୁଟ୍‌ରେ ଆରମ୍ଭ ହେବ ମୋ ବସ୍‌ ସେବା

ପୁଣି ଥରେ ଇତିହାସ ରଚିଲା ସମ୍ ହସ୍ପିିଟାଲ ଓଡ଼ିଶାର ଦ୍ୱିତୀୟ ଥର ପାଇଁ ସମ୍ ହସ୍ପିଟାଲ୍‌ରେ ସଫଳ ଯକୃତ ପ୍ରତ୍ୟାରୋପଣ

କୋଭିଡ ଟିକା ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ, ୩୦ ହଜାର ସ୍ଥାନରେ ଦିଆଯିବ ଟିକା: ମୁଖ୍ୟ ଶାସନ ସଚିବ