PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ଗୁରୁବାର ରାଶିଫଳ

ତା.୧୩.୦୮.୨୦୨୦ରିଖ, କର୍କଟ ୨୯ ଦିନ, ଭାଦ୍ରବ କୃଷ୍ଣପକ୍ଷ ନବମୀ, ଗୁରୁବାର । ନବମୀ-ଦିବା ୧ଟା ୦୨ ମିନିଟ୍‌ ରୋହିଣୀ-ନିଶାନ୍ତ ୫ଟା ୨୫ ମିନିଟ୍‌ ବୃଷଚନ୍ଦ୍ର- ୬୦ ଦଣ୍ଡ, ଅହୋରାତ୍ର । ସୂର୍ଯ୍ୟୋଦୟ: ୫ଟା ୨୭ ମିନିଟ୍‌ ୨୬ ସେକେଣ୍ଡ । ସୂର୍ଯ୍ୟାସ୍ତ: ୬ଟା ୧୪ ମିନିଟ୍‌ ୪୫ ସେକେଣ୍ଡ । ପୁଷ୍କର ଦୋଷ ନାସ୍ତି । ଦିବା ଗୋଟାଏ ପର୍ଯ୍ୟନ୍ତ ଲାଭ ଓ ପରେ କଳମ୍ବୀ ଶାଗ ଖାଇବା ନିଷେଧ, ଖାଇଲେ ଗୋବଧ ପାପ ସହ ସମାନ ।

ଗୁରୁବାର ରାଶିଫଳ
ମେଷ : କର୍ମସ୍ଥାନରେ ଅଶାନ୍ତି ଓ ବିବାଦ ଉପୁଜିବ । କର୍ମ ପ୍ରତି ଅନାଗ୍ରହ ଭାବ ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଚୋରିଯାଇପାରେ । ପରିବାରରେ ଅଶାନ୍ତି ଓ ମନରେ ଅସ୍ଥିରଭାବ ପ୍ରକାଶ ପାଇବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା: ଚଣ୍ଡୀ ପୁରାଣ ପାଠ ।

ବୃଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ । କର୍ମରେ ସଫଳ ଓ ପ୍ରଶଂସାର ପାତ୍ର ହେବେ । ସୁଖାଦ୍ୟ, ସୁବସନ ପ୍ରାପ୍ତି ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହ ପ୍ରକାଶ କରିବେ । ମହିଳାମାନେ ପରିବାରର ଆଦରଣୀୟା ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ରାମତାରକ ମନ୍ତ୍ର ଜପ ।

ମିଥୁନ : କର୍ମରେ ସଫଳତା ଓ କର୍ମ ପ୍ରତି ଆଗ୍ରହ ଏବଂ ଆନ୍ତରିକତା ବୃଦ୍ଧି ପାଇବ । କର୍ମସ୍ଥାନରେ ସମସ୍ତଙ୍କର ମନ ଜିଣିବେ ଓ ଅଟକିଥିବା କାମ ଆଜି ସମ୍ପୂର୍ଣ୍ଣ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ପରିବାରରେ ବ୍ୟୟଭାର କମ୍‌ ରହିବ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା ଜାରି ରଖିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ପରିଶ୍ରମ କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ । ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୮, ଆରାଧନା-ବିଷ୍ଣୁମନ୍ତ୍ର ଜପ ।

କର୍କଟ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳ ଓ ଉଚ୍ଚ ପ୍ରଶଂସିତ ହେବେ । ମୂଲ୍ୟବାନ ଧାତୁ ଓ ଭୂମି କ୍ରୟ କରିବାର ସୁଯୋଗ ପାଇବେ ଏବଂ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ଘାତବାର ହେତୁ ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳ ହେବେ । ମହିଳାମାନେ ସଞ୍ଚୟ କରିବା ପାଇଁ ମନ ବଳାଇବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୫, ଆରାଧନା-ଶିବ ।

ସିଂହ : ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ କର୍ମ ପ୍ରତି ଶ୍ରଦ୍ଧା ଓ ଆନ୍ତରିକତା ଭାବ ଜାଗ୍ରତ ହେବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନଙ୍କର କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ଗଣେଶ ।

କନ୍ୟା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ । କର୍ମସ୍ଥାନରେ ଅଶାନ୍ତି ଓ ପଦସ୍ଥ କର୍ମଚାରୀଙ୍କ କ୍ରୋଧର ଶିକାର ହେବେ କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ନିଜର ଅତିପ୍ରିୟ ଲୋକ ସହ ଝଗଡ଼ା ହୋଇପାରେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ ଓ ପରିବାରରେ ବିବାଦ ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ । ଶୁଭରଙ୍ଗ-ମେରୁନ, ଶୁଭସଂଖ୍ୟା-୮, ଆରାଧନା: ପୁରୁଷସୂକ୍ତ ପଠନ ।

ତୁଳା : କର୍ମ ପ୍ରତି ଆଳସ୍ୟତା ଓ ଅନାଗ୍ରହ ଭାବ ପ୍ରକାଶ ପାଇବା ହେତୁ ସମସ୍ତ କର୍ମରେ ଅସଫଳ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । ମନରେ ଅସ୍ଥିରତା ଭାବ ଓ ବିରକ୍ତିଭାବ ପ୍ରକାଶ ପାଇବ । ପରିବାରରେ ପରସ୍ପର ମଧ୍ୟରେ ବୁଝାମଣାର ଅଭାବ ରହିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ଶାରୀରିକ ପୀଡ଼ା ପାଇବେ । ଘାତବାର ହେତୁ ସତର୍କତା ଅବଲମ୍ବନ କରିବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୧୧, ଆରାଧନା- ଲକ୍ଷ୍ମୀମନ୍ତ୍ର ଜପ ।

ବିଛା : ଘାତଚନ୍ଦ୍ର ହେତୁ ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନା କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ କର୍ମସ୍ଥାନରେ ଅଶାନ୍ତି ଦେଖାଦେବ । ସ୍ତ୍ରୀ ସହିତ ମନୋମାଳିନ୍ୟ କିମ୍ବା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନେ ଶାରୀରିକ ପୀଡ଼ା ପାଇବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା- ଚଣ୍ଡୀ ପୁରାଣ ପାଠ ।

ଧନୁ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କର ସହଯୋଗ ପାଇବେ । ପୁରାତନ ରୋଗରୁ କିଛି ମାତ୍ରାରେ ମୁକ୍ତ ହେବେ । ଶତ୍ରୁମାନେ ମିତ୍ରତା ଆଚରଣ କରିବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା ଜାରି ରଖିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୭, ଆରାଧନା-ରୁଦ୍ରାଭିଷେକ ।

ମକର : ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମସ୍ଥାନରେ ଅପଯଶ ପାଇବେ । ସନ୍ତାନସନ୍ତତି ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତା ପ୍ରକଟ କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅସଫଳ ହେବେ । ମହିଳାମାନେ ଦୁଶ୍ଚିନ୍ତାଗ୍ରସ୍ତ ହେବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୩, ଆରାଧନା-କାଳୀ ।

କୁମ୍ଭ : ନୂତନ ଯାନ କିମ୍ବା ଭୂମି କ୍ରୟ କରିବେ କିମ୍ବା ସେଥିପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ସହକର୍ମୀଙ୍କ ସହଯୋଗ ପାଇବେ । ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ ଓ ପରିବାରରେ ଶାନ୍ତି ବିରାଜମାନ କରିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳ ଓ ପ୍ରଶଂସିତ ହେବେ । ମହିଳାମାନେ ଅତିଥି ସେବାରେ ବ୍ୟସ୍ତ ରହିବେ । ଶୁଭରଙ୍ଗ-ମାଟିଆ, ଶୁଭସଂଖ୍ୟା-୧୧, ଆରାଧନା-ଦୁର୍ଗା ସହସ୍ରନାମ ପାଠ ।

ମୀନ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଅନୁଭବ କରିବେ । ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଓ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ଉଗ୍ରତାରା ।

ବିଶେଷ ସୂଚନା
ସମସ୍ତ ରାଶିର ବ୍ୟକ୍ତିମାନେ ଦିନଟି ଶୁଭ ହେବା ପାଇଁ ଉକ୍ତ ମନ୍ତ୍ରଟି ଋଷ୍ୟାଦି କରି ପାଠ କରନ୍ତୁ ।
ଋଷ୍ୟାଦି : ଓଁ ଅସ୍ୟ ଶ୍ରୀ ବୃହସ୍ପତି ମହାମନ୍ତ୍ରସ୍ୟ,
ଈଶ୍ୱର ଋଷିଃ ଅନୁଷ୍ଟୁପ୍‌ ଛନ୍ଦଃ,
ଅଦ୍ୟ ଦିବସ ଦିବସାଧିପତି,
ବୃହସ୍ପତି ଦେବତା ସୁପ୍ରୀତୟେ
ମନ୍ତ୍ର ଜପେ ବିନିଯୋଗଃ । (୧ ଥର)
ମନ୍ତ୍ର : ଓଁ ଐଂ କ୍ଳିଂ ବୃହସ୍ପତୟେ ନମଃ । (୧୦୮ ଥର)
(ସକାଳେ ଓ ସନ୍ଧ୍ୟାରେ ୨ ଥର)
ହିତବାଣୀ : ଅହିଂ ନୃପଂ ଚ ଶାର୍ଦୁଳ
କିଟଂ ଚ ବାଳକ ତଥା ।
ପରଶ୍ୱାନ ଚ ମୂର୍ଖଂ ଚ
ସପ୍ତ ସୁପ୍ତାନ ନ ବୋଧୟେତେ ।
ଭାବାର୍ଥ : ସାପ, ରାଜା, ସିଂହ ଓ ବାଳକ, ଅନ୍ୟର କୁକୁର, ମୂର୍ଖ ବ୍ୟକ୍ତି ଏ ସାତଜଣ ସୁପ୍ତ ଥିଲେ ଉଠାଇବ ନାହିଁ, କାରଣ ଏମାନଙ୍କୁ ନିଦ୍ରାରୁ ଉଠାଇଲେ ନିଜର ହାନି ହୋଇପାରେ ।
ଜ୍ୟୋତିର୍ବିଦ୍‌- କୈଳାସ ଦାଶ