ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ, ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧିି

ଭୁବନେଶ୍ୱର ୦୬/୦୮: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ସଂପୃକ୍ତ ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡରୁ ୨ଜଣ , ଭଦ୍ରକ, କନ୍ଧମାଳ, କେନ୍ଦୁଝର ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ କରୋନା ପ୍ରାଣ ହରାଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୭୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୩୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୦୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   ସମ୍ବନ୍ଧିତ ଖବର


ମଙ୍ଗଳବାରରୁ ସମସ୍ତ ରୁଟ୍‌ରେ ଆରମ୍ଭ ହେବ ମୋ ବସ୍‌ ସେବା

ପୁଣି ଥରେ ଇତିହାସ ରଚିଲା ସମ୍ ହସ୍ପିିଟାଲ ଓଡ଼ିଶାର ଦ୍ୱିତୀୟ ଥର ପାଇଁ ସମ୍ ହସ୍ପିଟାଲ୍‌ରେ ସଫଳ ଯକୃତ ପ୍ରତ୍ୟାରୋପଣ

କୋଭିଡ ଟିକା ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ, ୩୦ ହଜାର ସ୍ଥାନରେ ଦିଆଯିବ ଟିକା: ମୁଖ୍ୟ ଶାସନ ସଚିବ

ଜାଆଁଳା ଶିଶୁଙ୍କ ଛାତି ଓ ପେଟ ଯୋଡି ହୋଇ ରହିଥିଲା,୮ ଘଣ୍ଟାର ଅପରେସନ୍ ପରେ କରାଗଲା ଅଲଗା

ବିଜେପି ସାଂସଦଙ୍କ ଦାବି: ଟିଏମସିର ୬୨ ବିଧାୟକ ଆମ ସହ ଯୋଗାଯୋଗରେ ଅଛନ୍ତି, ଡିସେମ୍ବର ୧୫ ସୁଦ୍ଧା ଭାଙ୍ଗିଯିବ ମମତା ସରକାର

‘କୋଭିସିଲ୍ଡ’ର ପାର୍ଶ୍ଵ ପ୍ରତିକ୍ରିୟା ଅଭିଯୋଗକୁ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ର ଖଣ୍ଡନ, ସ୍ବେଚ୍ଛାସେବୀଙ୍କୁ ୧୦୦ କୋଟି ଟଙ୍କାର ମାନହାନୀ ଧମକ