PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ରାଜ୍ୟରେ ଆଉ ୧୩୪୧ ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ହଜାର ୭୯୬କୁ ବୃଦ୍ଧି

ଭୁବନେଶ୍ୱର,୦୪/୦୮:  ଜୁଆର ଭଳି ମାଡ଼ି ମାଡ଼ି ଚାଲିଛି କରୋନା । ଆକଳନଠାରୁ ଆହୁରି ଭୟାନକ ରୂପ ନେବାରେ ଲାଗିଛି ଏହି ମାରାତ୍ମକ ମହାମାରୀ । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି ।  ଆଜି ରାଜ୍ୟରେ ରେକର୍ଡ ସଂଖ୍ୟାକ ୧୩୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୨୩ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮ ହଜାର ୭୯୬କୁ ବୃଦ୍ଧି କରିଛି ।  ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି ୨୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩୪୧ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୨୨୭ ଜଣ, ଖୋର୍ଦ୍ଧାରୁ ୨୧୮ ଜଣ, ସୁନ୍ଦରଗଡ଼ରୁ ୯୧ ଜଣ, ଭଦ୍ରକରୁ ୮୩ ଜଣ, କଟକରୁ ୭୬ ଜଣ, ରାୟଗଡ଼ାରୁ ୭୫ ଜଣ, ଝାରସୁଗୁଡାରୁ ୬୭ ଜଣ, ନୟାଗଡ଼ରୁ ୫୭ ଜଣ, ବରଗଡ଼ରୁ ୫୬ ଜଣ, ବାଲେଶ୍ବରରୁ ୫୪ ଜଣ, କୋରାପୁଟରୁ ୪୫ ଜଣ, ବଲାଙ୍ଗୀର ଓ କେନ୍ଦ୍ରପଡ଼ା ଜିଲ୍ଲାରୁ ୨୭ ଜଣ ଲେଖାଏଁ, ସମ୍ବଲପୁରରୁ ୨୬ ଜଣ, କଳାହାଣ୍ଡିରୁ ୨୫ ଜଣ, କେନ୍ଦୁଝରରୁ ୨୩ ଜଣ, ଗଜପତିରୁ ୨୦ ଜଣ, ମାଲକାନଗିରିରୁ ୧୭ ଜଣ, ଜଗତସିଂହପୁର, କନ୍ଧମାଳ ଓ ପୁରୀରୁ ୧୬ ଜଣ ଲେଖାଏଁ, ଢ଼େଙ୍କାନାଳ ଓ ସୋନପୁରରୁ ୧୪ ଜଣ ଲେଖାଏଁ, ଯାଜପୁରରୁ ୧୫ ଜଣ, ବୌଦ୍ଧରୁ ୧୦ ଜଣ, ମୟୂରଭଞ୍ଜରୁ ୯ ଜଣ,ନୂଆପଡାରୁ ୭ ଜଣ, ନବରଙ୍ଗପୁରରୁ ୬ ଜଣ, ଅନୁଗୁଳରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮,୭୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୪୨୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩ ହଜାର ୦୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୮୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୯,୨୩୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।