ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଓଡ଼ିଶାରେ ଥମିବାର ନାଁ ଧରୁନି କରୋନା: ଆଜି ଆଉ ୧୫୨୮ ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ଟପିଲା

ଭୁବନେଶ୍ୱର,୧୦/୦୮:  ଥମିବାର ନାଁ ଧରୁନି କରୋନା । ଆହୁରି ଭୟାନକ ରୂପ ନେବାରେ ଲାଗିଛି ଏହି ମାରାତ୍ମକ ମହାମାରୀ । କରୋନା ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଉଛି । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। । ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୫୨୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୯୪୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୮୦ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭ ହଜାର ୪୫୫କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

wp:html /wp:html

ଆଜି ଚିହ୍ନଟ ହୋଇଥିବା ୧୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୨୩୩ ଜଣ, ଖୋର୍ଦ୍ଧାରୁ ୨୧୮ ଜଣ, ସମ୍ବଲପୁରରୁ ୧୬୮ ଜଣ, ସୁନ୍ଦରଗଡ଼ରୁ ୧୨୬ ଜଣ, ଢ଼େଙ୍କାନାଳରୁ ୧୦୭ ଜଣ, କଟକରୁ ୭୨ ଜଣ, ଭଦ୍ରକରୁ ୭୦ ଜଣ, କୋରାପୁଟରୁ ୬୮ ଜଣ, ବଲାଙ୍ଗୀରରୁ ୫୯ ଜଣ, ବାଲେଶ୍ବରରୁ ୪୩ ଜଣ, ମାଲକାନଗିରିରୁ ୩୮ ଜଣ, ଯାଜପୁରରୁ ୩୩ ଜଣ, ନୟାଗଡ଼ରୁ ୩୨ ଜଣ, ଗଜପତିରୁ ୩୧ ଜଣ, ରାୟଗଡ଼ାରୁ ୨୭ ଜଣ, ପୁରୀରୁ ୨୬ ଜଣ, ନବରଙ୍ଗପୁରରୁ ୨୩ ଜଣ, ଜଗତସିଂହପୁର ଓ ମୟୂରଭଞ୍ଜରୁ ୨୨ ଜଣ ଲେଖାଏଁ, କନ୍ଧମାଳ ଓ କେନ୍ଦ୍ରାପଡ଼ାରୁ ୧୭ ଜଣ ଲେଖାଏଁ, ବରଗଡ଼ରୁ ୧୦ ଜଣ, ଝାରସୁଗୁଡାରୁ ୯ ଜଣ, ଅନୁଗୁଳରୁ ୮ ଜଣ, ବୌଦ୍ଧରୁ ୭ ଜଣ, କେନ୍ଦୁଝର ଓ ସୋନପୁରରୁ ୫ ଜଣ ଲେଖାଏଁ, ନୂଆପଡ଼ାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭,୪୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୩୩୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧ ହଜାର ୭୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୭୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୬,୯୨୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.