PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ରାଜ୍ୟରେ ଆଉ ୧୬୪୩ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୪ ହଜାର ପାର୍

ଭୁବନେଶ୍ୱର,୦୮/୦୮:  ଥମିବାର ନାଁ ଧରୁନି କରୋନା । ଆହୁରି ଭୟାନକ ରୂପ ନେବାରେ ଲାଗିଛି ଏହି ମାରାତ୍ମକ ମହାମାରୀ । କରୋନା ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଉଛି । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି । ଗଞ୍ଜାମରେ ସଂକ୍ରମଣ କମୁଥିବା ବେଳେ ଖୋର୍ଦ୍ଧାରେ ସଂଖ୍ୟା ବଢ଼ୁଛି।  ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୬୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୦୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୬୨୫ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪ ହଜାର ୧୯୩ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଚିହ୍ନଟ ହୋଇଥିବା ୧୬୪୩ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୨୭୪ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାୟଗଡ଼ରୁ ୧୩୬ ଜଣ, ସୁନ୍ଦରଗଡ଼ରୁ ୧୧୮ ଜଣ, ସମ୍ବଲପୁରରୁ ୧୧୨ ଜଣ, କଟକରୁ ୯୮ ଜଣ, ପୁରୀରୁ ୯୨ ଜଣ, ବାଲେଶ୍ବରରୁ ୭୩ ଜଣ, କନ୍ଧମାଳରୁ ୫୨ ଜଣ, କୋରାପୁଟରୁ ୫୦ ଜଣ, ବଲାଙ୍ଗୀରରୁ ୪୩ ଜଣ, ନୟାଗଡ଼ରୁ ୪୦ ଜଣ, ମୟୂରଭଞ୍ଜରୁ ୩୯ ଜଣ, ଢ଼େଙ୍କାନାଳ ଓ ଯାଜପୁରରୁ ୩୬ ଜଣ ଲେଖାଏଁ, ଗଜପତିରୁ ୩୫ ଜଣ, କଳାହାଣ୍ଡିରୁ ୩୦ ଜଣ, ମାଲକାନଗିରିରୁ ୨୭ ଜଣ, ଜଗତସିଂହପୁରରୁ ୨୧ ଜଣ, ଅନୁଗୁଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, ବରଗଡ଼ ଓ ବୌଦ୍ଧରୁ ୭ ଜଣ ଲେଖାଏଁ, କେନ୍ଦୁଝରରୁ ୩ ଜଣ, ଭଦ୍ରକ ଓ ଝାରସୁଗୁଡାରୁ ୨ଜଣ ଲେଖାଏଁ, ନୂଆପଡାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୪,୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୧୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮ ହଜାର ୬୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୪୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୩,୪୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।