PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ
  • ||
  • ଏସିଏଫ୍‌ ସୌମରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣା – ଭୁବନେଶ୍ୱର ଫରେନସିକ୍‌ ଲ୍ୟାବ୍‌ରେ ଡିଏଫ୍‌ଓ , ରୋଷେୟାଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି
  • ||
  • କେନ୍ଦୁଝର: ମହିଳାଙ୍କୁ ନିର୍ଯାତନା ଦେବା କାରଣରୁ ସ୍ୱାମୀ, ଶାଶୁ, ଶଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ୍
  • ||
  • ଲୋଇସିଂହା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଦାରିଙ୍ଗବାଡି : ସଂରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ବେଳେ କାଠପଟା ଜବତ, ଜଣେ ଗିରଫ
  • ||
  • ଲୋଇସିଂହା : ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ
  • ||
  • କେନ୍ଦୁଝର : ମହିଳାଙ୍କୁ ନିର୍ଯାତନା ଦେବାରୁ ସ୍ୱାମୀ, ଶାଶୁ, ଶ୍ଵଶୁର ଓ ସଉତୁଣୀକୁ ୩ ବର୍ଷ ଜେଲ ଦଣ୍ଡ
  • ||
  • ପଦ୍ମପୁର: ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
  • ||
  • ବ୍ରହ୍ମପୁର: ଗଞ୍ଜାମରେ ୧୦୧୦ଗାଁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲା ପ୍ରଶାସନ
  • ||
  • ବଲାଙ୍ଗୀର: ରାତିରେ ପରିବାର ଲୋକଙ୍କ ସହ ଶୋଇଥିଲା ବେଳେ ମହିଳାଙ୍କୁ କାମୁଡି ଦେଲା ବିଷାକ୍ତ ସାପ, ଆଖିବୁଜଲେ ମହିଳା
  • ||
  • ପାଟଣା: ପୂର୍ବତନ ପାଟଣା ବିଧାୟକ ରାମରାଇ ମୁଣ୍ଡାଙ୍କ ପରଲୋକ
  • ||
  • ସମ୍ବଲପୁର: ହୀରାକୁଦର ପୁଣି ବନ୍ଦ ହେଲା ୬ ଗେଟ୍, ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
  • ||
  • ବାଙ୍କୀ : ହୁଳୁହୁଳା ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ବାଙ୍କୀର ବହୁ ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ଆଉ ୬୯୫ଜଣ କରୋନା ପଜିଟିଭ୍ ଚିହ୍ନଟ
  • ||
  • ସଠିପୁର : ଦୁଇ କଣ୍ଟେନର ମୁହାଁମୁହିଁ ଧକ୍କା, ଉଭୟ ଡ୍ରାଇଭର ଆହତ
  • ||
  • ଜଗତସିଂହପୁ : ହଂସୁଆ ନଈରେ ଘାଇ, ୧୦ରୁ ଅଧିକ ଗାଁ ଜଳମଗ୍ନ
  • ||
  • ସମ୍ବଲପୁର : ସୁଧୁରୁଛି ଉପରମୁଣ୍ଡର ବନ୍ୟା ସ୍ଥିତି, ହୀରାକୁଦରେ ବନ୍ଦ ହେଲା ୪ ଗେଟ୍‌, ୨୪ ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି
  • ||
  • କାମାକ୍ଷାନଗର : ଚାଷୀଙ୍କୁ ଦଳି ମାରିଲା ଦନ୍ତା
  • ||
  • ରାଉରକେଲା : ବିମାନଘାଟି ପରିସରରେ ଜଣେ ମହିଳା ଶ୍ରମିକଙ୍କୁ ଦୁଷ୍କର୍ମ ଉଦ୍ୟମ, ଠିକା କର୍ମଚାରୀ ଅଟକ
  • ||

ଓଡ଼ିଶା​ରେ ଆଉ ୧୮୩୩ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ସାଢ଼େ ୪୨ହଜାର ଟପିଲା

ଭୁବନେଶ୍ୱର,୦୭/୦୮:  ସାଂଘାତିକ ହେଲାଣି କରୋନା ସ୍ଥିତି । ଦିନକୁ ଦିନ  ହାତରୁ ଖସୁଛି। ଆକ୍ରାନ୍ତ ସଂଖ୍ୟା ମଧ୍ୟ ସବୁଦିନ ଲମ୍ବଡିଆଁ ମାରୁଛି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି ।  ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୮୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୭୧୫ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨ ହଜାର ୫୫୦କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଓଡ଼ିଶାରୁ ଆଜି ସର୍ବଧିକ ୧୮୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧ ଜିଲ୍ଲାରୁ ସର୍ବାଧିକ ୨୯୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୨୭୯ ଜଣ, ରାୟଗଡ଼ାରୁ ୧୫୨ଜଣ, କଟକରୁ ୧୨୪ ଜଣ, ସୁନ୍ଦରଗଡ଼ରୁ ୧୧୦ ଜଣ, କଳାହାଣ୍ଡିରୁ ୮୪ ଜଣ, ବାଲେଶ୍ବରରୁ ୬୯ ଜଣ, ପୁରୀରୁ ୬୭ ଜଣ, ନୟାଗଡ଼ରୁ ୬୧ ଜଣ, ଯାଜପୁରରୁ ୬୦ ଜଣ, ଭଦ୍ରକରୁ ୫୦ ଜଣ, କୋରାପୁଟରୁ ୪୭ ଜଣ, ଢ଼େଙ୍କାନାଳରୁ ୪୩ ଜଣ, ବଲାଙ୍ଗୀରରୁ ୩୭ ଜଣ, ମାଲକାନଗିରିରୁ ୩୬ ଜଣ, ଗଜପତିରୁ ୩୫ ଜଣ, ବୌଦ୍ଧ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୩୪ ଜଣ ଲେଖାଏଁ, ସୋନପୁରରୁ ୩୩ ଜଣ, ଝାରସୁଗଡ଼ାରୁ ୩୦ ଜଣ, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ ଲେଖାଏଁ, ନବରଙ୍ଗପୁର ରୁ ୧୧ ଜଣ, ଅନୁଗୁଳରୁ ୯ଜଣ, ବରଗଡ଼ରୁ ୮ଜଣ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨,୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୩୭୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬ ହଜାର ୮୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୩୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୧,୬୬୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।