PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ରାଜ୍ୟରେ ସର୍ବାଧିକ ୨୪୯୬ କରୋନା ପଜିଟିଭ ଚିହ୍ନଟ୍ : ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ପାର୍

ଭୁବନେଶ୍ୱର,୧୫/୦୭: କରୋନା ଯେ ଏତେ ଦ୍ରୁତ ଗତିରେ ମାଡ଼ିପାରେ, ତାହା ଅଗଷ୍ଟ ମାସର ପଜିଟିଭ୍‌ ସଂଖ୍ୟା ବୁଝାଇ ସାରିଲାଣି । ଆକଳନଠାରୁ ଆହୁରି ଭୟାନକ ରୂପ ନେବାରେ ଲାଗିଛି ଏହି ମାରାତ୍ମକ ମହାମାରୀ । କରୋନା ଏବେ ପୂରା ଶିଖରରେ । ଭୟଙ୍କର ଭାବେ ଡରାଇଲାଣି । କରୋନା ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଉଥିବାରୁ ସରକାର ବି ଚିନ୍ତାରେ । ଆଜି ରାଜ୍ୟରେ ସର୍ବଧିକ ୨୪୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୫୯୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୯୦୫ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭ ହଜାର ୧୨୬ ବୃଦ୍ଧି କରିଛି ।  ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଚିହ୍ନଟ ହୋଇଥିବା ୨୪୯୬ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୭୮ ଜଣ, ଗଞ୍ଜାମରୁ ୩୨୭ ଜଣ, ବାଲେଶ୍ବରରୁ ୧୬୫ ଜଣ, ସୁନ୍ଦରଗଡ଼ରୁ ୧୫୬ ଜଣ, ରାୟଗଡ଼ାରୁ ୧୪୬ ଜଣ, କୋରାପୁଟରୁ ୧୩୩ ଜଣ, କଟକରୁ ୧୨୮ ଜଣ, ବୌଦ୍ଧରୁ ୧୧୫ ଜଣ, ଭଦ୍ରକରୁ ୧୦୨ ଜଣ, କନ୍ଧମାଳରୁ ୯୮ ଜଣ, ପୁରୀରୁ ୯୩ ଜଣ, ବଲାଙ୍ଗୀରରୁ ୯୨ ଜଣ, ସମ୍ବଲପୁରରୁ ୮୧ ଜଣ, ମାଲକାନଗିରିରୁ ୭୩ ଜଣ, ଢ଼େଙ୍କାନାଳରୁ ୬୯ ଜଣ, ଗଜପତିରୁ ୬୮ ଜଣ, କେନ୍ଦୁଝର ୫୧ ଜଣ, କଳାହାଣ୍ଡିରୁ ୪୨ ଜଣ, ବରଗଡ଼ରୁ ୩୬ ଜଣ, ସୋନପୁରରୁ ୨୦ ଜଣ, ଝାରସୁଗୁଡାରୁ ୧୯ ଜଣ, ନୂଆପଡ଼ାରୁ ୧୬ ଜଣ,କେନ୍ଦ୍ରାପଡ଼ାରୁ ୧୩ ଜଣ, ଅନୁଗୁଳରୁ ୧୨ ଜଣ, ଯାଜପୁର ଓ ନବରଙ୍ଗପୁର ଜିଲ୍ଲାରୁ ୧୧ ଜଣ ଲେଖାଏଁ, ନୟାଗଡ଼ରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୭,୧୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭,୫୩୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯ ହଜାର ୨୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୩୨୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୫,୫୭୧୩ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।

ସମ୍ବନ୍ଧିତ ଖବର