ଭୁବନେଶ୍ୱରରେ ଆଜି ୩୩୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର -ଭୁବନେଶ୍ୱରରେ ଆଜି ଆଉ ୩୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୱାରାଣ୍ଟାଇନରୁ ୧୭୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସ୍ଥାନୀୟ ଭାବେ ୧୫୯ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମ୍ସି ପକ୍ଷରି ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି ।

ସୂଚନା ମୁତାବକ ଚନ୍ଦ୍ରଶେଖରପୁରରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ଝାରପଡ଼ା ଜଗନ୍ନାଥ ନଗରରୁ ୧୧, ଭରତପୁରରୁ ୬ ଓ ସାଲିଆ ସାହିରୁ ୪ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଭୁବନେଶ୍ୱରରେ ୭୯୩୧କୁ ବୃଦ୍ଧି ଘଟିଛି ।

ସେପଟେ ଭୁବନେଶ୍ୱରରେ ଆଜି ୧୬୩ଜଣ କରୋନାରୁ ସୁସ୍ଥ ହୋଇଥିବା ସୂଚନା ରହିଛି । ଏହାସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ରାଜଧାନୀରେ ରହିଛି ୪୭୨୬ ।

ଉଲ୍ଲେଖନୀୟ ଯେ, ଏବେ ପୂରା ଓଡ଼ିଶାକୁ କରୋନା ଭୟ ଘାରିଛି। ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟକ ୨୭୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୭୦୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୦୪୪ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪ ହଜାର ୨୩୧ କୁ ବୃଦ୍ଧି କରିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

   ସମ୍ବନ୍ଧିତ ଖବର


ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ଟଙ୍କା ବିନିଯୋଗ କଲେ ହୋଇଯିବ ଦୁଇ ଗୁଣ,୫୦ ହଜାର ବଦଳରେ ମିଳିବ ଏକଲକ୍ଷ ଟଙ୍କା

ଭୁବନେଶ୍ୱରରେ ମିଳୁଛି କୋଭିଡ ଟିକା !

ରାଜ୍ୟର ପ୍ରମୁଖ ୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ

ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗଇଙ୍କର ପରଲୋକ-ତିନିମାସ ତଳେ କରୋନା ଆକ୍ରାନ୍ତ ହୋଇଥିଲେ

ରାଜ୍ୟରେ ଏବେ ବେଆଇନ ଧର୍ମଘଟ କଲେ ଏକ ବର୍ଷ ଜେଲ୍‌ କିମ୍ବା ୫ ହଜାର ଜରିମାନା

ଓଡ଼ିଶାର ଚାଷୀଙ୍କୁ ମୋଦି ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌-ଗତ ୬ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି