ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର ୨୮/୪: ରାଜ୍ୟରେ ଆହୁରି ୫ ଦିନ ଘଡଘଡି ସହ ବର୍ଷା ଜାରି ରହିବ । ତେବେ ୨୯ ତାରିଖରୁ କାଳବୈଶାଖୀ ବର୍ଷା ସାମାନ୍ୟ କମିପାରେ । କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ । ତେବେ ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମ୍‌ଡି) ପୂର୍ବାନୁମାନ କରିଛି ।

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । କିନ୍ତୁ ମଙ୍ଗଳବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଇଏମ୍‌ଡି ଦର୍ଶାଇଛି । ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଗଜପତି, ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୁଲେଟିନ୍‌ ଜାରି କରିଛି । ଏହି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦କିଲୋମିଟର ବେଗରେ ପବନ ବି ବୋହିବ ବୋଲି ପୂର୍ବନୁମାନ କହୁଛି । ସେହିପରି ଆସନ୍ତାକାଲି ଉତ୍ତର ଉପକୂଳ ଓଡ଼ିଆ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୯ ତାରିଖରେ କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ସମେତ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରୁ କାଳବୈଶାଖୀ ବର୍ଷା କମିଯିବ । କିନ୍ତୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ.ଏଚ୍‌ଆର୍‌ ବିଶ୍ୱାସ କହିଛନ୍ତି । ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଆସନ୍ତା ୩୦ ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ । କିନ୍ତୁ ଏହାର ପ୍ରଭାବରେ ଓଡ଼ିଶାରେ ବେଶି ବର୍ଷା ହେବନି । ୨୯ରୁ ୪ ତାରିଖ ଭିତରେ ତାପମାତ୍ରା ଗରମ ରହିବ । କାଁ ଭାଁ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ସୋଆ ପାଣିପାଗ ଜଳବାୟୁ ଓ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ।

   ସମ୍ବନ୍ଧିତ ଖବର


ସେମିଳିଗୁଡ଼ା ପୋଲିସକୁ ବଡ଼ ସଫଳତା, ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ରାଉରକେଲା ସ୍କର୍ପିଓ ପୋଡି ଘଟଣା; ଗୋମାଂସ ଚାଲାଣ ସନ୍ଦେହରେ ଦୁର୍ବୃତ୍ତ ଜାଳିଥିଲେ ଗାଡି, ଡ୍ରାଇଭର ସମେତ ୪ ଗିରଫ

କଟକ ସହର ପାଇଁ ଆଉ ଏକ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା : ସ୍କିପ୍ସ ପ୍ରୋଜେକ୍ଟରେ ପ୍ରଥମ ଗ୍ରୀଡ୍ ଲୋକାର୍ପିତ

ଲଭ ଜିହାଦକାରୀଙ୍କୁ ଯୋଗୀ ରୋକଠୋକ୍‌ ଶୁଣାଇଲେ ରାମ ନାମ ସତ୍ୟ ହୈ…ସୁଧୁରି ନଗଲେ ହୋଇଯିବ ଶେଷ

ନୀଳଗିରିକୁ ଝାଡଖଣ୍ଡି ହାତୀପଲଙ୍କ ଆଗମନ ଆଶଙ୍କା, ଦନ୍ତା ହାତୀ ଆସିବୁଲି ଫେରିଯିବା ପରେ ବଢିଲା ଚିନ୍ତା…

ଯଦି ଭଗବାନ ବି ମୁଖ୍ୟମନ୍ତ୍ରୀ ହୋଇଯାଆନ୍ତି ତେବେ ୧୦୦ ପ୍ରତିଶତ ଚାକିରି ଦେବାରେ ବିଫଳ ହେବେ: ଗୋଆ ମୁଖ୍ୟମନ୍ତ୍ରୀ