PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

୧୯ରେ ଆସୁଛି ଆଉ ଏକ ଲଘୁଚାପ: ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସମ୍ଭାବ୍ୟ ବର୍ଷା ନେଇ ପ୍ରଶାସନ ସଜାଗ

ଭୁବନେଶ୍ୱର,୧୮/୦୮: ଲଘୁଚାପ ପ୍ରଭାବରେ ୧୦ ଜିଲ୍ଲାରେ ଲଗାଣ ବର୍ଷା ହୋଇଛି । ତଳି ଇଲାକାରେ ପାଣି ପଶିଥିବାବେଳେ କେତେକ ସ୍ଥାନରେ ଚାଷ ଜମି ଜଳମଗ୍ନ ହୋଇଛି । ମହାନଦୀ ସମେତ ବିଭିନ୍ନ ନଦୀର ଜଳସ୍ତର ବଢ଼ିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସୋମବାର ୧୦ ଜିଲ୍ଲାପାଳଙ୍କ ସହ କଥା ହୋଇ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ତୁରନ୍ତ ଲଗାଣ ବର୍ଷାଜନିତ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ୟପକ୍ଷରେ ଆସନ୍ତା ୧୯ରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ଏହା ଅଧିକ ଘନୀଭୂତ ହେବା ସହ ପଶ୍ଚିମକୁ ଗତି କରିବ । ଏହା ପ୍ରଭାବରେ ଆଜିଠାରୁ ପୁଣି ବର୍ଷା ବଢ଼ିବ । ୧୯ ଓ ୨୦ରେ ବେଶି ବର୍ଷିବ । ବିଶେଷକରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବ । ସମ୍ଭାବ୍ୟ ଲଘୁଚାପଜନିତ ବର୍ଷାକୁ ନଜରରେ ରଖି ରାଜ୍ୟ ସରକାର ଏବେଠାରୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ସଜାଗ ରହିବାକୁ ଜିଲ୍ଲାପାଳ ଓ ବ୍ଲକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ସଚିବ ।

ଗତ ୫ ଦିନ ଭିତରେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ମାଲକାନଗିରି, ଯାଜପୁର, ସୁବର୍ଣ୍ଣପୁର, ବୌଦ୍ଧ, ଭଦ୍ରକ, ଦେବଗଡ଼, କେନ୍ଦ୍ରାପଡ଼ା, ବରଗଡ଼ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଜନଜୀବନକୁ ନାକେଦମ୍‌ କରିଛି । ମାଲକାନଗିରି ସ୍ଥିତି ସବୁଠୁ ସଙ୍ଗୀନ କରିଛି ଲଘୁଚାପ ବର୍ଷା । ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ୨୦ଟି ଗେଟ୍‌ ଖୋଲା ଯାଇଛି । ଜଳକା ନଦୀ ଫୁଲୁଛି। ଲଗାଣ ବର୍ଷାରେ ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ର ଘୁଙ୍ଗୁଟୁପାଲିରେ ଗୋଟିଏ ପୁରୁଣା କଚ୍ଚା ଘର ଭାଙ୍ଗିବାରୁ ୨ଜଣ ଆହତ ହୋଇଥିଲେ । ଏଥିରୁ ଜଣକର ମୃତ୍ୟୁ ହୋଇଛି ।

ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି, ଲଗାଣ ବର୍ଷା ଯୋଗୁ ପ୍ରାୟ ୨ଶହ କଚ୍ଚାଘର ଆଂଶିକ କ୍ଷତିଗ୍ରସ୍ତ ହୋଇଛି । ଗୋଟିଏ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି । କେତେକ ପଞ୍ଚାୟତରେ ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି । ଦୃଷ୍ଟି ଆକଳନ ଅନୁଯାୟୀ ପ୍ରାୟ ୨୭୧ ହେକ୍ଟର ଚାଷ ଜମି ବର୍ଷା ପାଣିରେ ବୁଡ଼ି କ୍ଷତିଗ୍ରସ୍ତ ହୋଇଛି ବୋଲି ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି । ବର୍ତ୍ତମାନ କୌଣସି ସ୍ଥାନରେ ସ୍ଥିତି ଗମ୍ଭୀର ନାହିଁ । ପାଣିପାଗ ବିଭାଗ କହିଛି, ମଙ୍ଗଳବାର ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବରଗଡ଼, ଦେବଗଡ଼ ଓ ସୁନ୍ଦରଗଡ଼ର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୧୯ରୁ ବର୍ଷା ବଢ଼ିବ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ୨୦ରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳରେ ଅଧିକ ବର୍ଷା ହେବ । ୨୧ରୁ ବର୍ଷା କମିବ ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିର୍ଭସିଟିର ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ ପୂର୍ବାନୁମାନ ହେଲା, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବଡ଼ ବର୍ଷା ସମ୍ଭାବନା କମ୍‌ । ୧୯ ରାତିରୁ ବର୍ଷା ବଢ଼ିପାରେ । ମୁଖ୍ୟତଃ ଉତ୍ତର ଓଡ଼ିଶା ଓ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ବର୍ଷା ହେବ । ପ୍ରାୟତଃ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ତେବେ ମହାନଦୀ ତଳ ମୁଣ୍ଡ ଅପେକ୍ଷା ମହାନଦୀ ଉପରମୁଣ୍ଡରେ ଅଧିକ ବର୍ଷା ହୋଇପାରେ । ତେବେ ଅତି ପ୍ରବଳ ବର୍ଷା ସମ୍ଭାବନା କମ୍‌ ଥିବାରୁ ବନ୍ୟା ଆଶଙ୍କା କମ୍‌ ରହିଛି ।