ଆଜିର ରାଶିଫଳ (୧୧/୩, ସୋମବାର)

ମେଷ-ଶ୍ରୀଚନ୍ଦ୍ର ସତ! ଘାତ ପ୍ରଭାବ ଯୋଗୁଁ କିଛିଟା ଚିନ୍ତା ଭିତରେ ଆଗେଇ ଚାଲିବେ । ସାଂସାରିକ ହଠାତ୍ ଦୂରଯାତ୍ରା କରିପାରନ୍ତି । ମହିଳାମାନେ ଭ୍ରମଣପ୍ରିୟ ହେବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ବୃଷ- ଶୁକ୍ଳପକ୍ଷ ବ୍ୟୟ ଭାବେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ଭୁଲ୍ ବୁଝାମଣା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକର ହେବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆଦରଣୀୟା ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କର୍କଟ- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଉପାୟରେ ଅର୍ଥପ୍ରାପ୍ତି ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ଚାକିରିରେ ପଦୋନ୍ନତି କରିବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ସିଂହ- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
କନ୍ୟା- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅଶାନ୍ତି ରହିବ । ସାଂସାରିକ ଅଭାବ ଓ ଋଣ ପ୍ରଭାବିତ ହୋଇପାରନ୍ତି । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍ ।
ତୁଳା- ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପ୍ରତି କାର୍ଯ୍ୟରେ ଚଳଚଞ୍ଚଳ ରହିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ବିଛା-ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଯେକୌଣସି ଉପାୟରେ ଅର୍ଥପ୍ରାପ୍ତି ହୋଇପାରେ । ସାଂସାରିକ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁଖସମ୍ମାନ ପାଇବେ । ସାଂସାରିକ ସନ୍ତାନ ସନ୍ତତିମାନେ ଉନ୍ନତି କରିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ମକର- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଦେଖାଦେବ । ସାଂସାରିକ ବନ୍ଧୁବାନ୍ଧବଙ୍କ ସଂଗେ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ମୀନ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମ୍ମାନ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।