ପ୍ରମୁଖ ଖବର
  • ବାଲେଶ୍ୱର ଜିଲ୍ଲା ଜେଲରେ ବିଚାରାଧୀନ କଏଦୀ ମୃତ।
  • ||
  • ମଝି ରାସ୍ତାରେ ହୁ ହୁ ହୋଇ ଜଳିଗଲା 'ପ୍ରିୟଂଶୁ' ଯାତ୍ରୀବାହୀ ବସ, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଭାରତ ଦେଉଛି ଦ୍ୱିତୀୟ ପର୍ଯ୍ୟାୟ ଭୋଟ, ଦିନ ୧୧ଟା ସୁଦ୍ଧା ୨୫ ପ୍ରତିଶତ ମତଦାନ
  • ||
  • ନୟାଗଡ଼: ଡବଲ ମର୍ଡର ଘଟଣା, ଅଭିଯୁକ୍ତଙ୍କୁ ଫାଶି
  • ||
  • ଭୁବନେଶ୍ୱର: ଜଳୁଛି ଓଡ଼ିଶା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଲା ଝାରସୁଗୁଡ଼ା, ୪୦ ଡିଗ୍ରୀ ଟପିଲା ପାରଦ
  • ||
  • ନୂଆପଡା - ଚେକିଂ ବେଳେ ୩ ଲକ୍ଷ ୬୯ ହଜାର ଟଙ୍କା ସିଜ କଲା ଖରିଆର ରୋଡ଼ ଜୋଙ୍କ ପୋଲିସ
  • ||
  • ୨୮ରେ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଭାରତୀୟ ଦଳ ଘୋଷଣା!
  • ||
  • EVM- VV-PAT ସ୍ଲିପ୍ ଯାଞ୍ଚ ଆବେଦନ ଖାରଜ, ଇଭିଏମ୍‌ରେ ମତଦାନକୁ ନେଇ ସୁପ୍ରିମେକୋର୍ଟଙ୍କ ରାୟ ପ୍ରକାଶ
  • ||
  • ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ପ୍ରାର୍ଥିପତ୍ର ଦାଖଲ
  • ||
  • IPL 2024ରେ କୋଲକାତାକୁ ଭେଟିବ ପଞ୍ଜାବ, ବ୍ୟାଟିଂ ତ୍ରୁଟି ସୁଧାରିବ କିଙ୍ଗସ୍
  • ||
  • ଆହୁରି ଜଳିବ ଓଡ଼ିଶା: ଆଜି,କାଲି ଅତି ଭୟଙ୍କର ତାତି, ଆହୁରି ୧୪ ଦିନ କଲବଲ କରିବ ଖରା
  • ||

ଆଜିର ରାଶିଫଳ (୧୨/୪, ଶୁକ୍ରବାର)

ମେଷ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଉଚ୍ଚ ଆଶା ପୂର୍ଣ୍ଣ ହେବ । ସାଂସାରିକ ଧନ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବ । ଚାକିରିରେ ସ୍ୱାଧୀନତା ରହିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ବୃଷ- ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇବେ । ଚାକିରିରେ ସ୍ଥାୟୀତ୍ୱ ବଜାୟ ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ମହିଳାମାନେ ଯଶ କୀର୍ତ୍ତି ଲାଭ କରିବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ପାଇବେ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।

କର୍କଟ- ଶୁକ୍ଲ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ମନସ୍ତାପ ଭିତରେ କଟିବ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।

ସିଂହ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତି କାର୍ଯ୍ୟରେ ସଫଳ ହେବେ । ସାଂସାରିକ ସୁଖ ସନ୍ତୋଷ ଭିତରେ କଟିବ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍‌ ।

କନ୍ୟା- ଦଶମରେ ଘାତଚନ୍ଦ୍ର କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଉତ୍ତେଜନା ଭିତରେ କଟିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ତୁଳା- ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟିକି ଥିବା କାର୍ଯ୍ଯ ସମ୍ପାଦନ ହେବ । ସାଂସାରିକ ଧର୍ମ କର୍ମରେ ମନ ରହିବ । ରାଜନୀତିରେ ଜନ ସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୮, ଶୁଭରଙ୍ଗ-କ୍ରିମ୍‌ ।

ବିଛା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅଭାବ ଅସୁବିଧା ରହିବ । ସାଂସାରିକ ହତୋତ୍ସାହ ରହିବ । ପ୍ରଶାସନିକ ଓ ରାଜନୀତିରେ ଅଭିଯୋଗ ଆସିପାରେ । ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।

ଧନୁ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ର ଉତ୍ସାହ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ମକର- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ସୁଖୀ ରହିବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

କୁମ୍ଭ- ଶୁକ୍ଳ ପକ୍ଷ ପଞ୍ଚମ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ଚାକିରିରେ ନିଷ୍ଠାପର ରହିବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।

ମୀନ- ଶୁକ୍ଳ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପବେ ସ୍ଥଗିତ ହୋଇପାରେ । ସାଂସାରକ ଅସ୍ଥିରମନା ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.