ଆଜିର ରାଶିଫଳ (୧୨/୩, ମଙ୍ଗଳବାର)

ମେଷ-ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ନୂତନ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ବୃଷ- ଶ୍ରୀଚନ୍ଦ୍ର କାରଣରୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ମହିଳାମାନେ ଯଶକୀର୍ତ୍ତି ପାିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ମିଥୁନ- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ମନସ୍ତାପରେ ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
କର୍କଟ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ପ୍ରଭାବଶାଳୀ ରହିବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ପରିସର ବୃଦ୍ଧି ପାଇବ । ଉଚ୍ଚ ଆଶା ସଫଳ ହେବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
କନ୍ୟା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା ସଫଳ ହେବେ । ସାଂସାରିକ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍ ।
ତୁଳା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି । ସାଂସାରିକ ଦ୍ରବ୍ୟାଦି ହାନି ହୋଇପାରେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା-ସପ୍ତମରେ ଘାତଚନ୍ଦ୍ର କାରଣରୁ କିଛିଟା ଉତ୍ତେଜନା ଭିତରେ ଆଗେଇବେ । ସାଂସାରିକ ଅସ୍ଥିରମନା ରହିବେ । ମହିଳାମାନେ ଆଳସ୍ୟ ରହିବେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ଧନୁ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ସହଯୋଗ ମିଳିବ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ମକର- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ଆଗେଇବେ । ସାଂସାରିକ ସୁଖୀ ରହିବେ । ଚାକିରିରେ ପ୍ରଶଂସା ପାଇବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
କୁମ୍ଭ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଅସହଯୋଗ ମନେ ହେବ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ମୀନ- ତୃତୀୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ମିଳିବ । ସାଂସାରିକ ଅର୍ଥ ପ୍ରାପ୍ତି ଯୋଗ ରହିଛି । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।