ଆଜିର ରାଶିଫଳ (୧୪/୩, ଗୁରୁବାର)

ମେଷ-ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ ସହଯୋଗ ମିଳିବ । ମହିଳାମାନେ ଚଳଚଞ୍ଚଳ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ବୃଷ- ଚନ୍ଦ୍ରଙ୍କ ସ୍ୱପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୁଭ ଫଳ ମିଳିବ । ଶୁଭଅଙ୍କ-୭, ଶୁଭ ରଙ୍ଗ-ମେଟାଲିକ ।
ମିଥୁନ- ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପରାଧୀନତା ଅନୁଭବ କରିବେ । ସାଂସାରିକ ବ୍ୟୟବହୁଳତା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କର୍କଟ- ଲାଭ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ଆଶା ସଫଳ ହେବ । ସାଂସାରିକ ସମ୍ମାନ ପାଇବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କାର୍ଯ୍ୟ ସିଦ୍ଧି ସହ ମାନସମ୍ମାନ ବୃଦ୍ଧି ପାଇବ । ମହିଳାମାନେ ସୁଖୀ ରହିବେ । ଚାକିରିରେ ପ୍ରଶଂସା ପାଇବେ । ବାଣିଜ୍ୟରେ ଉଚ୍ଚ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମ୍ମାନ ପାଇବେ । ସାଂସାରିକ ଧର୍ମ କର୍ମରେ ମଜି ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୮, ଶୁଭରଙ୍ଗ-ଆକାଶୀ ।
ତୁଳା- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ । ସାଂସାରିକ ସମସ୍ୟା ବହୁଳ ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା-ସପ୍ତମରେ ଘାତଚନ୍ଦ୍ର କାରଣରୁ କିଛିଟା ସମସ୍ୟା ଭିତରେ ଉନ୍ନତି କରିବେ । ସାଂସାରିକ ଉତ୍ତେଜନା ପରିସ୍ଥିତି ଦେଇ ଗତି କରିବେ । ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ଧନୁ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ମିଳିବ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ମକର- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ସମ୍ମାନ ବଢ଼ିବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ସାଂସାରିକ ବନ୍ଧୁବାନ୍ଧବଙ୍କ ସଂଗେ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ମୀନ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରଭାବଶାଳୀ ରହିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।