ଆଜିର ରାଶିଫଳ (୧୭/୨, ରବିବାର)

ମେଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବ୍ୟସ୍ତତା ଭିତରେ କଟିବ । ସାଂସାରିକ ଅସ୍ଥିରମନା ରହିବେ । ଚାକିରିରେ ସହକର୍ମୀଙ୍କ ସଂଗେ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ଦେଖାଦେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ବୃଷ- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ନିଜର ସାମର୍ଥ୍ୟ ଦ୍ୱାରା କର୍ମ ସମ୍ପାଦନ କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ରାଜନୀତିରେ ସକ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା ।

ମିଥୁନ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖୀ ରହିବେ । ଚାକିରିରେ ସମ୍ମାନ ବଢ଼ିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

କର୍କଟ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କିଛିଟା ସମସ୍ୟା ଭିତରେ ଗତି କରିବେ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

କନ୍ୟା- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ସ୍ୱପ୍ନ ସାକାର ହେବ । ସାଂସାରିକ ଦୃଢ଼ମନା ରହିବେ । ଚାକିରିରେ ଧନ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲ୍‌ଭର ।

ତୁଳା- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପ୍ରତିଟି କାର୍ଯ୍ୟରେ ଆଗେଇବେ । ସାଂସାରିକ ଉନ୍ନତି କରିବେ । ରାଜନୀତିରେ ପ୍ରଭାବଶାଳୀ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ବିଛା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସ୍ୱାଧୀନତା ରହିବ । ସାଂସାରିକ ଧର୍ମକର୍ମରେ ମନ ରହିବ । ମହିଳାମାନେ ସମ୍ମାନ ପାଇବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ଧନୁ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ସମସ୍ୟା ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ମକର- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖଶାନ୍ତି ଅକ୍ଷୁର୍ଣ୍ଣ ରହିବ । ଚାକିରିରେ ପ୍ରଶଂସା ପାଇବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଳିକ୍‌ ।

କୁମ୍ଭ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ସମ୍ମାନ ବଢ଼ିବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ମୀନ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ସହଯୋଗ ମିଳିବ । ସାଂସାରିକ ଗୁରୁଜନମାନଙ୍କର ପରାମର୍ଶ କ୍ରମେ କର୍ମ କରିବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।