ଆଜିର ରାଶିଫଳ (୧୭/୩, ରବିବାର)

ମେଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତ କର୍ମ କ୍ଷେତ୍ରରେ କିଛିଟା ବିଳମ୍ବ ଭିତରେ ଆଗେଇ ଚାଲିବେ । ସାଂସାରିକ ଖର୍ଚ୍ଚାନ୍ତ ଯୋଗ ରହିଛି । ମହିଳାମାନେ ଅସ୍ଥିରମନା ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ବୃଷ- ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଆଦର ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ନୂତନ ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ପଡ଼ୋଶୀଙ୍କ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କର୍କଟ- ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ସୁଖୀ ରହିବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ବୃଥା ଖର୍ଚ୍ଚ ଦେଖାଦେବ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କ୍ରିମ୍ ।
କନ୍ୟା- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ଉନ୍ନତି କରିବେ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍ ।
ତୁଳା- ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଧନ ସମ୍ମାନ ପାଇବେ । ସାଂସାରିକ ଯୋଜନା କରି ସଫଳ ହେବେ । ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ବିଛା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା ।
ଧନୁ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ । ସାଂସାରିକ ଚିନ୍ତା ରହିବ । ମହିଳାମାନେ ହତୋତ୍ସାହ ରହିବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ମକର- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ହର୍ଷୋଲ୍ଲାସରେ କଟିବ । ରାଜନୀତିରେ ପ୍ରଭାବଶାଳୀ ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
କୁମ୍ଭ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ସ୍ଥିତିରେ କର୍ମ ସମ୍ପାଦନ କରିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ମୀନ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ସାଂସାରିକ ସୁଖୀ ରହିବେ । ମହିଳାମାନେ ସମ୍ମାନ ପାଇବେ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।