PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଡ଼ିଶା: ସୋମବାରରୁ ଶୁକ୍ରବାର ଦୈନିକ ସକାଳେ ମିଳୁଥିବା ମହଲତ କମିଲା ଏଣିକି ଦୈନିକ ୬ ଘଣ୍ଟା ବଦଳରେ ୪ ଘଣ୍ଟାକୁ ଖସିଲା କୋହଳ
  • ||
  • ବାହାଘରରେ ସର୍ବାଧିକ ୨୫ ଜଣ ସାମିଲ ହୋଇପାରିବେ
  • ||
  • ଓଡିଶାରେ ବଢିଲା ଲକଡାଉନ୍ ଅବଧି, ଜୁନ ୧ ଯାଏଁ ଜାରି ରହିବ କଟକଣା
  • ||
  • ଯଶିପୁର ନିର୍ବାଚନୀ ମଣ୍ଡଳୀର ପୂର୍ବତନ ବିଧାୟକ କମଳାକାନ୍ତ ନାୟକଙ୍କ ଚିକିତ୍ସାଧିନ ଅବସ୍ଥାରେ କେନ୍ଦୁଝର ମେଡିକାଲରେ ପରଲୋକ
  • ||
  • ସଇଁତଳା: ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସଂକ୍ରମଣ କମୁଛି, ମୃତ୍ୟୁ ବଢୁଛି, ୨୪ ଘଣ୍ଟାରେ ୨୨ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି
  • ||
  • ଓଡ଼ିଶାରେ ସଂକ୍ରମଣ କମୁଛି, ମୃତ୍ୟୁ ବଢୁଛି: ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ୩୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜୀବନ ନେଲା କରୋନା
  • ||
  • ପୁରୀ : ସମ୍‌ ସହଯୋଗରେ ପୁରୀରେ ଖୋଲିବ ସ୍ୱତନ୍ତ୍ର କୋଭିଡ୍‌ ହସ୍ପିଟାଲ୍‌, ୧୯ରୁ ସେବା ଆରମ୍ଭ
  • ||
  • ଭୁବନେଶ୍ୱର : ପୁଣି ଉପରମୁହାଁ ପାରଦ, ତାତିରେ ଛଟପଟ ଜନଜୀବନ, ଆହୁରି ୪ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରକୋପ
  • ||
  • ନୂଆଦିଲ୍ଲୀ : ବ୍ରହ୍ମ ମୁହୂର୍ତ୍ତରେ ଖୋଲିଲା ବଦ୍ରିନାଥଙ୍କ ଧାମ, ବିନା ଶ୍ରଦ୍ଧାଳୁରେ ହେଲା ଦ୍ଵାର ଫିଟା ନୀତି
  • ||

ଆଜିର ରାଶିଫଳ (୧୮/୨, ସୋମବାର)

ମେଷ- ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ ସମସ୍ୟା ଭିତରେ କର୍ମ ତୁଲାଇବେ । ସାଂସାରିକ ଆୟବ୍ୟୟ ସମାନ ରହିବ । ମହିଳାମାନେ ହତାଦର ହୋଇପାରନ୍ତି । ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ବୃଷ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମିଥୁନ- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କ୍ଷେତ୍ରରେ ଆଗେଇ ଚାଲିବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ରକ୍ଷଣଶୀଳ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

କର୍କଟ- ଶ୍ରୀଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଉତ୍ସାହିତ ରହିବେ । ସାଂସାରିକ ଉନ୍ନତି କରିବେ । ଚାକିରିରେ ଚଳଚଞ୍ଚଳ ରହିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସିଂହ- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ଦେଖାଦେବ । ସାଂସାରିକ ଅର୍ଥଚିନ୍ତା ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

କନ୍ୟା- ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ପ୍ରଶାସନିକ ଓ ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୧, ଶୁଭରଙ୍ଗ-ପିଙ୍କ୍‌ ।

ତୁଳା- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା- ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌ ।

ଧନୁ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରତିକୂଳତା ରହିବ । ସାଂସାରିକ ଦୁଶ୍ଚିନ୍ତା ରହିବ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।

ମକର- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ଅର୍ଥପ୍ରାପ୍ତି ହେବ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

କୁମ୍ଭ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମୀନ- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ଉନ୍ନତି କରିବେ । ସାଂସାରିକ ଧନ ସମ୍ମାନ ମିଳିବ । ପରିବହନ ଓ ବାଣିଜ୍ୟରେ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।