PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଟକ୍କର: ଭାରତୀୟ ପୁରୁଷ ହକି ଦଳର ଦମଦାର ବିଜୟ, ନ୍ୟୁଜିଲାଣ୍ଡକୁ ୩-୨ରେ ଦେଲା ମାତ୍‌
  • ||
  • ଚଣ୍ଡିଖୋଲ : କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ପଜିଟିଭ୍
  • ||
  • ପୁରୀ : ୨୯ ଦିନ ପରେ ରତ୍ନବେଦିକୁ ଫେରିଲେ ମହାବାହୁ, ଆଜି ମିଳିବ ନୀଳାଚଳ ଅବଢ଼ା
  • ||

ଆଜିର ରାଶିଫଳ (୨୫/୨, ସୋମବାର)

ମେଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ସୂତ୍ରରୁ ଆୟର ଯୋଗ ରହିଛି । ସାଂସାରିକ ସୁଖସମ୍ମାନ ପାଇବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ଚାକିରିରେ ସହଯୋଗ ମିଳିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ବୃଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ପରିଶ୍ରମର ଫଳ ମିଳିବ । ଚାକିରିରେ ନିଷ୍ଠାପର ରହିବେ । ମହିଳାମାନେ ସ୍ୱାଭିମାନୀ ହେବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଆୟବ୍ୟୟ ସମାନ ରହିବ । ସାଂସାରିକ ସନ୍ତାନ ସନ୍ତତିମାନେ ଅବାଧ୍ୟ ହେବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କର୍କଟ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଶୁଭତ୍ୱ କାରଣରୁ ଦେହ ଓ ମନ ଭଲ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।

ସିଂହ- ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ପ୍ରତି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

କନ୍ୟା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଅର୍ଥଚିନ୍ତା ରହିବ । ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍‌ ।

ତୁଳା- ଶ୍ରୀଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ଦାୟିତ୍ୱବୋଧ ରହିବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ କାରଣରୁ କର୍ମ କ୍ଷେତ୍ରରେ କିଛିଟା ସୁଫଳ ମିଳିବ । ସାଂସାରିକ ଭ୍ରମଣ କରିବାର ସୁଯୋଗ ପାଇବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ଧନୁ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସ୍ୱପ୍ନ ସାକାର ହେବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ମକର- ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ ଉଚ୍ଚ ଆଶା ସଫଳ ହେବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଳାଭାନ୍ୱିତ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କୁମ୍ଭ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ନିରାଶା ହେବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡ଼ିବେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମୀନ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅଶାନ୍ତି ରହିବ । ମହିଳାମାନେ ନିଜକୁ ହେୟ ମନେ କରିବେ । ବାଣିଜ୍ୟରେ କ୍ଷତି ପରିଲକ୍ଷିତ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।