ପ୍ରମୁଖ ଖବର
  • ପୁରୀରେ ପହଞ୍ଚିଲା ଦ୍ବିତୀୟ ପର୍ଯ୍ୟାୟ ରଥକାଠ, ସମୁଦାୟ ୨୫ ଖଣ୍ଡ କାଠ ଆସିଲା
  • ||
  • ବିଶ୍ୱ ମ୍ୟାଲେରିଆ ଦିବସ, ଏ ବର୍ଷର ଥିମ ‘ଅଧିକ ସମନ୍ୱିତ ବିଶ୍ୱ ପାଇଁ ମ୍ୟାଲେରିଆ ବିରୋଧୀ ଲଢ଼େଇକୁ ତ୍ୱରାନ୍ୱିତ କରିବା’
  • ||
  • ରବିବାର କଟକ ଆସିବେ ରାହୁଲ ଗାନ୍ଧୀ, କଂଗ୍ରେସ କର୍ମୀଙ୍କୁ ଦେବେ ବିଜୟ ମନ୍ତ୍ର
  • ||
  • IPL 2024: ଆଜି ବେଙ୍ଗାଲୁରୁକୁ ଭେଟିବ ହାଇଦ୍ରାବାଦ, ପ୍ଲେ-ଅଫ ପାଇଁ ରୟାଲ୍‌ ଚ୍ୟାଲେଞ୍ଜର୍ସର ଶେଷ ସୁଯୋଗ
  • ||
  • ଓଡ଼ିଶାର ପ୍ରଥମ ହସ୍ପିଟାଲ: ସମ୍‌ ଅଲ୍ଟିମେଟ୍‌ ମେଡିକେୟାରକୁ ଜେସିଆଇ ପ୍ରାଇମ୍‌ ସାର୍ଟିଫିକେଟ୍‌
  • ||
  • ଆହୁରି ଜଳିବ ଓଡ଼ିଶା, ମେ’ ୪ ଯାଏଁ ନିସ୍ତାର ଆଶା କମ୍‌': ଆଜିଠାରୁ ଭୀଷଣ ତାତି ମାଡ଼,୧୯ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଆଜିର ରାଶିଫଳ (୨୭/୨, ବୁଧବାର)

ମେଷ-ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ଦେହ ପ୍ରାୟ ଭଲ ରହିବ ନାହିଁ । ସାଂସାରିକ ବିରକ୍ତିମନା ରହିବେ । ରାଜନୀତିରେ ଅସହଯୋଗ ରହିବ । ମହିଳାମାନେ ହତୋତ୍ସାହ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ବୃଷ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଉପାର୍ଜନ କରିବେ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।

ମିଥୁନ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଅଟକ ରହିଥିବା କାର୍ଯ୍ୟ ସମାପନ କରିବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

କର୍କଟ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ସାଂସାରିକ ଅସହଯୋଗ ରହିବ । ମହିଳାମାନେ ଅସ୍ଥିରମନା ରହିବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

ସିଂହ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ହଠାତ୍‌ ଦୂର ସ୍ଥାନକୁ ଯାଇପାରନ୍ତି । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

କନ୍ୟା- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ସମାଜରେ ପ୍ରତିଷ୍ଠିତ ହେବେ । ସାଂସାରିକ ସୁଖ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲ୍‌ଭର ।

ତୁଳା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ଉଭୟେ ପ୍ରେମ ଓ ସାଂସାରିକ ଭୁଲ୍‌ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ବିଛା-ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସ୍ୱପ୍ନ ସାକାର ହେବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

ଧନୁ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା ସତ୍ତେ୍ୱ କିଛି ସୁଫଳ ପାଇବେ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ଦୂରଯାତ୍ରା କରିପାରନ୍ତି । ବାଣିଜ୍ୟରେ ସ୍ୱପ୍ନ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।

ମକର- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ବାଟରେ ଆୟର ମାର୍ଗ ରହିବ । ସାଂସାରିକ ଉନ୍ନତି କରିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କୁମ୍ଭ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମୀନ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତିଟି କାର୍ଯ୍ୟରେ ବିଳମ୍ବ ଦେଖାଦେବ । ସାଂସାରିକ ଅନ୍ୟ ପାଇଁ ସମସ୍ୟାରେ ପଡ଼ିପାରନ୍ତି । ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.