ଆଜିର ରାଶିଫଳ (୨୮/୩, ଗୁରୁବାର)

ମେଷ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ମହତ୍ୱ ପୂର୍ଣ୍ଣ କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡ଼ିବେ । ସାଂସାରିକ ଖର୍ଚ୍ଚାନ୍ତ ଯୋଗ ରହିଛି । ମହିଳାମାନେ ଉଦାରମନା ରହେିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବୃଷ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ହତୋତ୍ସାହ ରହିବେ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କର୍କଟ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ସିଂହ-କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତିଟି କାର୍ଯ୍ୟରେ ବିଳମ୍ବ ଦେଖାଦେବ । ସାଂସାରିକ ସନ୍ତାନ ସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
କନ୍ୟା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ଅତିଥିଙ୍କର ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭଅଙ୍କ-୫, ଶୁଭରଙ୍ଗ-ସବୁଜ ।
ତୁଳା- ତତୃୀୟରେ ଘାତଚନ୍ଦ୍ର କାରଣରୁ କୌଣସି ଗୁରୁତପ୍ୱର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଅସ୍ଥିରତା ଦେଖାଦେବ । ଚାକିରିରେ ବ୍ୟସ୍ତତା ଭିତରେ କଟିବ । ବାଣିଜ୍ୟରେ ଚିନ୍ତା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ବିଛା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅର୍ଥଚିନ୍ତା ରହିବ । ସାଂସାରକି ଭୁଲ୍ ବୁଝାମଣା ରହିବ । ଚାକିରିରେ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ବେିଶଷ ଭଲ ହେବନାହିଁ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ଧନୁ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରକି ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର- କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଚଳଚଞ୍ଚଳ ରହିବେ । ଚାକିରିରେ ଦାୟିତ୍ୱ ତୁଲାଇବେ । ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ- ଏକାଦଶରେ ଘାତଚନ୍ଦ୍ରଙ୍କ ଚଳନ ହେତୁ ଭବିଷ୍ୟତ ଯୋଜନାକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଉଚ୍ଚାଭିଳାଷୀ ହେବେ । ଚାକିରିିରେ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମୀନ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରକି ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।