PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର: ମହାଶବରାତ୍ରୀ ପାଇଁ କଟକଣା ଜାରି କଲେ ଏସ୍‌ଆର୍‌ସି, କୋଭିଡ଼ କଟକଣାରେ ଜାଗର ପାଳିବାକୁ ଜିଲ୍ଲାପାଳ ଓ କମିଶନଙ୍କୁ ନିର୍ଦେଶ,
  • ||
  • ଜାଗର ଯାତ୍ରା ପାଇଁ ଜାରି ହେଲା କଟକଣା , ମନ୍ଦିର ଭିତରେ ଓ ବାହାରେ ଗହଳି ହେବା ଓ ମେଳା ବସିବା ନେଇ ମଧ୍ୟ ଲାଗିଲା କଟକଣା , ଏସ୍‌ଆର୍‌ସି ପକ୍ଷରୁ କଟକଣା ଜାରି
  • ||
  • ରାଇରଙ୍ଗପୁର: ମହିଳାଙ୍କୁ ଟାଙ୍ଗିଆ ହାଣି ହତ୍ୟା କରିବା ପରେ ଜାମଦା ଥାନାରେ ଆତ୍ମ ସମର୍ପଣ ଯୁବକ
  • ||
  • କୋରାପୁଟ: ସ୍କର୍ପିଓକୁ ପିଟିଲା ମାଲବାହୀ ଟ୍ରେନ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ପଡ଼ିଲେ ବଡଗାଁ ସହକାରୀ ଯନ୍ତ୍ରୀ, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୈତୃକ ଗ୍ରାମ ସହ ଲେଫ୍ରିପଡା ବାସଭବନ ଚାଲିଛି ରେଡ଼
  • ||
  • ଭୁବନେଶ୍ବର: ଆଜି ଟ୍ୱିନ୍ ସିଟିର ପୋଲିସ କମିଶନର ଭାବେ ଦାୟିତ୍ୱ ନେବେ ବରିଷ୍ଠ ଆଇପିଏସ୍‌ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • କୋଲକାତା : କୋଲକାତା ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି, ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ବଲାଙ୍ଗୀର: ବରଯାତ୍ରୀ ଯାଇଥିଲେ ଯୁବକ, କନିଆଁ ଘର ନିକଟ ଡ୍ରେନରେ ପଡି ଆଖିବୁଜିଲେ
  • ||
  • ଭଞ୍ଜନଗର : ଜଳୁଛି ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ, ନିଆଁ ଲିଭାଇବାକୁ ଅସକ୍ଷମ ପାଲଟିଛି ବନ ବିଭାଗ, ଗାଁ ମୁହାଁ ବନ୍ୟଜନ୍ତୁ
  • ||

ଆଜିର ରାଶିଫଳ (୨୯/୧, ମଙ୍ଗଳବାର)

ମେଷ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ବିଳାସ ବ୍ୟସନରେ କଟିବ । ସାଂସାରିକ ସୁଖଶାନ୍ତି ଭିତରେ କଟିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ମହିଳାମାନେ ସୁଖ ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ବୃଷ- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି କର୍ମ କ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ମିଥୁନ- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଅସହଯୋଗ ଦେଖାଦେବ । ସାଂସାରିକ ଆୟବ୍ୟୟ ସମାନ ରହିବ । ରାଜନୀତିରେ ଲୋକପ୍ରିୟତା କମିପାରେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।

କର୍କଟ- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ । ଚାକିରିରେ ପ୍ରଶଂସା ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।

ସିଂହ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସମାଜରେ ପ୍ରସିଦ୍ଧି ବଢ଼ିବ । ସାଂସାରିକ ଭ୍ରାତୃଭଗ୍ନୀଙ୍କର ସହଯୋଗ ମିଳିବ । ରାଜନୀତିରେ ପ୍ରଭାବଶାଳୀ ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

କନ୍ୟା- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍‌ ।

ତୁଳା- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆଦର ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

ବିଛା- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ । ସାଂସାରିକ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ମଧ୍ୟମ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।

ଧନୁ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବଡ଼ ଧରଣର ସଫଳତା ପାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଉନ୍ନତି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ମକର- ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ଶୁଭଫଳ ପାଇବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୩, ଶୁଭରଙ୍ଗ-ଗୋଲ୍‌ଡେନ୍‌ ।

କୁମ୍ଭ- କୃଷ୍ଣପକ୍ଷ ନବମ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କଥାକୁ କେନ୍ଦ୍ର କରି ଅଶାନ୍ତିରେ ରହିବେ । ସାଂସାରିକ ଖର୍ଚ୍ଚାନ୍ତ ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।

ମୀନ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ପ୍ରତିକୂଳ ବାତାବରଣ ରହିବ । ରାନୀତିରେ ଶତ୍ରୁ ବୃଦ୍ଧି ହେବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍‌ ।