PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖପ୍ରାଖୋଲ:ଗମ୍ଭାରି ଛକ ନିକଟରେ ଏକ କାରରୁ ୬ ପେଟି କଫସିରଫ ଜବତ, ୨ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ
  • ||
  • କୋଭିଡ଼ ପରିଚାଳନା ପାଇଁ ୩ ଜିଲ୍ଲାକୁ ୭.୬୨ କୋଟି ମଂଜୁର କଲେ ମୁଖ୍ୟମନ୍ତ୍ରୀ, ପୁରୀ ପାଇଁ ୨ କୋଟି, ସୁବର୍ଣ୍ଣପୁର ପାଇଁ ୧ କୋଟି ଟଙ୍କା ଓ ସମ୍ବଲପୁର ଜିଲ୍ଲା ପାଇଁ ୪ କୋଟି ୬୨ ଲକ୍ଷ ମଂଜୁର କଲେ ନବୀନ
  • ||
  • ଭୁବନେଶ୍ୱର: ସାଢ଼େ ୪ଟାରେ ଘୋଷଣା କରିବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଡିଜିପି
  • ||
  • ଜୁନ ପହିଲାରେ କେରଳ ଛୁଇଁବ ମୌସୁମୀ ବାୟୁ, ଭାରତୀୟ ପାଣିପାଗ କେନ୍ଦ୍ରର ସୂଚନା
  • ||
  • ଲାଞ୍ଜିଗଡ଼ରେ ଅଞ୍ଚଳରେ ହାତୀ ଉପଦ୍ରବ, ଆମ୍ବ ଗଛ ଭାଙ୍ଗିଲେ, ନର୍ସରିକୁ ନଷ୍ଟ କଲେ
  • ||
  • କଳାହାଣ୍ଡି: ବିଲ ମଝିରୁ ନାବାଳକର ମୃତଦେହ ଉଦ୍ଧାର ,ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ପଶ୍ଚିମ ବଙ୍ଗ ଯାଉଥିବା ଟ୍ରେନ୍ ପାସେଞ୍ଜରମାନଙ୍କ ପାଇଁ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • ରାଉରକେଲା: ୩୦ଟି ଗୋଦାମ ଉପରେ ପୋଲିସ ଓ ଯୋଗାଣ ବିଭାଗର ମିଳିତ ଚଡାଉ, ଖସିଲା ଆଳୁ ଓ ପିଆଜ ଦର
  • ||
  • ସୁନ୍ଦରଗଡ: ତଲସରା ଥାନା ଅନ୍ତର୍ଗତ ବଘିଆବେରନା ଗ୍ରାମ ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ଉଦ୍ଧାର
  • ||
  • କରୋନାରେ ଆଖିବୁଜିଲେ ବିଶିଷ୍ଟ ନାଟ୍ୟ ପ୍ରତିଭା ନାଟ୍ୟଶ୍ରୀ ଡ. ପଞ୍ଚାନନ ମିଶ୍ର
  • ||
  • ଜଳେଶ୍ଵର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ
  • ||
  • ରାଜ୍ୟ: କରୋନାରେ ଆଖିବୁଜିଲେ ୧୭ ଜଣ ସଂକ୍ରମିତ, ମୃତକଙ୍କ ସଂଖ୍ୟା ୨୧୨୧କୁ ଛୁଇଁଲା
  • ||
  • ଓଡ଼ିଶାରେ ୫ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫୨୧ ଜଣ ଆକ୍ରାନ୍ତ
  • ||
  • ଜାମ୍ମୁ କାଶ୍ମୀର : ସୁରକ୍ଷାବାହିନୀକୁ ବଡ଼ ସଫଳତା, ୩ ଆତଙ୍କୀ ନିପାତ, ଭୟରେ ଜଣେ ଆତଙ୍କବାଦୀ କଲା ଆତ୍ମସମର୍ପଣ
  • ||
  • ଭୁବନେଶ୍ଵର : ତାତିରୁ ମିଳିଛି ସାମାନ୍ୟ ଆଶ୍ଵସ୍ତି, ଖସିଛି ପାରଦ, ୯ ଯାଏଁ କାଳବୈଶାଖୀ ସମ୍ଭାବନା
  • ||
  • ତାଳଚେର : ଅନୁଗୁଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳା ମୃତ
  • ||

ଆଜିର ରାଶିଫଳ (୪/୩, ସୋମବାର)

ମେଷ-ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ଚଳଚଞ୍ଚଳ ରହିବେ । ଚାକିରିରେ ସହଯୋଗ ମିଳିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ବୃଷ- କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡ଼ିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ମିଥୁନ- ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିଛି । ଉଭୟେ ପ୍ରେମ ଓ ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
କର୍କଟ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ପ୍ରସନ୍ନ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ସିଂହ- ଷଷ୍ଠ ଭାବରେ ଘାତଚନ୍ଦ୍ର କାରଣରୁ କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ । ସାଂସାରିକ ଚିନ୍ତା ରହିବ । ମହିଳାମାନେ ବିରକ୍ତିମନା ରହିବେ । ବାଣିଜ୍ୟରେ ଚିନ୍ତାଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା- କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଯୋଜନା କରି ନିଷ୍ଫଳ ହେବେ । ସାଂସାରିକ ସମସ୍ୟା ରହିବ । ମହିଳାମାନେ ହତୋତ୍ସାହ ରହିବେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲ୍‌ଭର ।
ତୁଳା- କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ସହଯୋଗ ମିଳିବ । ଚାକିରିରେ ସମ୍ମାନ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା-ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ଦ୍ରବ୍ୟାଦି ଲାଭ ହେବ । ମହିଳାମାନେ ଆଦର ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସୁଫଳ ପାଇବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।
ଧନୁ- କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଟକିଯାଇପାରେ । ସାଂସାରିକ ଅସହଯୋଗ ରହିବ । ମହିଳାମାନେ କ୍ଳାନ୍ତରେ ରହିବେ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର- ଶ୍ରୀଚନ୍ଦ୍ରଙ୍କ କାରଣରୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍‌ଭର ।
କୁମ୍ଭ- କୃଷ୍ଣପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିଶ୍ରମ କରି ସଫଳ ହେବେ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ମୀନ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ସ୍ୱପ୍ନ ସାକାର ହେବ । ରାଜନୀତିରେ ପ୍ରଭାବଶାଳୀ ହେବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।