PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଶୁ ଅପହରଣ ଉଦ୍ୟମ ପଣ୍ଡ, ବାଇକ ରୁ ଲମ୍ଫ ମାରି ଦୁର୍ବୃତ୍ତଙ୍କ କବଳରୁ ମୁକୁଳିଲା ୧୨ ବର୍ଷର ଶିଶୁ ପୁତ୍ର, ଜଗତସିଂହପୁର ଥାନାରେ ମାମଲା।
  • ||
  • ଢେଙ୍କାନାଳ: ସାଇକୃପା ଆବାସିକ ମହାବିଦ୍ୟାଳୟରୁ ୪ଜଣ ଛାତ୍ର କୋଭିଡ ପଜିଟିଭ ଚିହ୍ନଟ, ଆରଟିପିସିଆର ଟେଷ୍ଟ ପାଇଁ ୨୬୦ ଜଣଙ୍କର ସାମ୍ପଲ ପାଠାଗଲା
  • ||
  • କମ୍ପିବ ବିଧାନସଭା: ମମିତା ମେହେର ହତ୍ୟା ଘଟଣା, ଧାନମଣ୍ଡି ଅବ୍ୟବସ୍ଥା, ଦୁର୍ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି
  • ||
  • ନରସିଂହପୁର: ପିଉସୀ ଘରକୁ ବୁଲିବାକୁ ଆସିଥିବା ବେଳେ କୂଅରେ ପଡ଼ି ଚାଲିଗଲା ବାଳକ ଜୀବନ
  • ||
  • ନରସିଂହପୁର: ନରସିଂହପୁରରେ ମାତିଲେ ଦୁର୍ବୁତ୍ତ, ସ୍କାଏ ଲାଇଟ ଭାଙ୍ଗି ଲୁଟିନେଲେ ଟଙ୍କା ଆସବାବପତ୍ର
  • ||
  • ଜଗତସିଂହପୁର : ଆରମ୍ଭ ହେଲା ୨ଦିନିଆ ସାଗର କବଚ ଓଡି -୨୧ ସମରାଭ୍ୟାସ
  • ||
  • ଚନ୍ଦ୍ରଶେଖରପୁର : ଜଣଙ୍କ ପାଇଁ ଦୁଇ ପ୍ରେମିକ ମଧ୍ୟରେ ହଣାମରା, ବିଚ୍ ରାସ୍ତାରେ ଚାଲିଲା ଖଣ୍ଡଯୁଦ୍ଧ
  • ||
  • ସୋନପୁର : ସୋନପୁରରେ ଇଷ୍ଟଦେବୀ ସୁରେଶ୍ଵରୀ ମନ୍ଦିରରୁ ଚୋରି
  • ||
  • ଭୁବନେଶ୍ୱର : ଆଜି ଅଭିନେତ୍ରୀ ଗୁନ୍‌ଗୁନ୍‌ଙ୍କ ବିବାହ, ଅଭିସ୍ମିତଙ୍କ ସହ ପଡିବ ହାତଗଣ୍ଠି
  • ||
  • ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’, ୩ ତାରିଖ ଯାଏଁ ଥରାଇବ ଶୀତ, ୪ରେ ନିର୍ଧୁମ ବର୍ଷା ସମ୍ଭାବନା
  • ||
  • ସୁକିନ୍ଦା : ଶତାୟୁ ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||

ଆଜିର ରାଶିଫଳ (୭/୩, ଗୁରୁବାର)

ମେଷ-ଲାଭ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ଅର୍ଥପ୍ରାପ୍ତି ହୋଇପାରେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

ବୃଷ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।

ମିଥୁନ- ଶୁକ୍ଳପକ୍ଷ ନବମରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ଉତ୍‌ଥାନ ପତନ ଦେଖାଦେବ । ସାଂସାରିକ ଅନ୍ୟ ପାଇଁ ସମସ୍ୟାରେ ପଡ଼ିବେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

କର୍କଟ- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ହତୋତ୍ସାହ ରହିବେ । ଚାକିରିରେ ସମସ୍ୟା ରହିବ । ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ସିଂହ- ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପ୍ରସନ୍ନତା ଦେଖାଦେବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

କନ୍ୟା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୪, ଶୁଭରଙ୍ଗ-ମେଟାଲିକ୍‌ ।

ତୁଳା- ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ । ସାଂସାରିକ ଉନ୍ନତି ହେବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।

ବିଛା-ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ଦେଖାଦେବ । ସାଂସାରିକ ସମସ୍ୟା ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌ ।

ଧନୁ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବଡ଼ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍‌ଭର ।

ମକର- ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ପଡ଼ୋଶୀଙ୍କ ସହ ସୁସମ୍ପର୍କ ବଢ଼ିବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।

କୁମ୍ଭ- ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ ।

ମୀନ- ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଅଶାନ୍ତି ଦୁଶ୍ଚିନ୍ତା ରହିବ । ଚାକିରିରେ କର୍ତ୍ତୃପକ୍ଷଙ୍କର ଚାପ ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।

ସମ୍ବନ୍ଧିତ ଖବର