ପୁଣି କରୋନାରେ ଆଖିବୁଜିଲେ ଆଉ ଜଣେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ୧୯ଶହ ଛୁଇଁଲା

ଭୁବନେଶ୍ବର ୧୭/୦୧: କରୋନା ସଂକ୍ରମଣ କମିଛି ସହ ମୃତ୍ୟୁରେ ବ୍ରେକ୍ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୩ ହଜାର ୩୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨ ହଜାର ୦୩୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୨୯ ହଜାର ୦୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୦୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୭୩ ଲକ୍ଷ ୭୬ ହଜାର ୮୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି।