PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷିବ, ୧୩ ଜିଲ୍ଲାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର, ୦୮/୦୮: ଆଜି ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ମାତ୍ର ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ସେହିପରି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ଅପରପକ୍ଷେ ଧୀବରଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଗଭୀର ସମୂଦ୍ର ଭିତରକୁ ଯିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବାରଣ କରିଛି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଶନିବାର ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ମାତ୍ର ଉତ୍ତର ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ସମେତ ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୯ ତାରିଖ ସନ୍ଧ୍ୟା ବେଳକୁ ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୯ ରାତି କିମ୍ବା ୧୦ ତାରିଖରୁ ବର୍ଷା ବଢ଼ିବ । ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । ସେହିପରି ୧୨ ତାରିଖ ଉପରବେଳାରୁ ୧୪ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି ।

ସେହିପରି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି, ରାଜ୍ୟରେ ବର୍ଷାର ପରିମାଣ ବଢ଼ିଛି । ଯାହା ବର୍ତ୍ତମାନ ସମୟରେ ସ୍ୱାଭାବିକ ବର୍ଷାର ପରିମାଣ ସହ ସମାନ । ତଥାପି ୯ଟି ଜିଲ୍ଲାରେ ବର୍ଷା କମ୍‌ ହୋଇଛି । ୯ ତାରିଖ ଲଘୁଚାପ ପ୍ରଭାବରେ ବର୍ଷା ହେଲେ କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି । ମନସୁନ୍‌ ଟ୍ରପ୍‌ ଲାଇନ୍‌ ମିର୍ଜାପୁର, ବାଙ୍କୁଡା ଓ ଦୀଘା ହୋଇ ଦକ୍ଷିଣ ପଶ୍ଚିମ ଆଡ଼କୁ ଗତି କରୁଛି । ଯାହା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ମିଶିଛି ।

ସେହିପରି ଘୂର୍ଣ୍ଣିବଳୟରୁ ସୃଷ୍ଟି ହୋଇଥିବା ଅନ୍ୟ ଏକ ଟ୍ରପ୍‌ଲାଇନ୍‌ କୁଚ୍‌, ଗାଙ୍ଗେୟ ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ଉତ୍ତର ଛତିଶଗଡ଼ ଓ ଝାଡ଼ଖଣ୍ଡର ଉପରିଭାଗରେ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।