PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ଆଜିଠୁ ସୋଆରେ ଜାତୀୟ କର୍ମଶାଳା; ଆତିଥ୍ୟ: ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ନେଇ ଆଲୋଚନା

ଭୁବନେଶ୍ୱର ୧୮/୧୨: ‘ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ’ ଅଧୀନସ୍ଥ ସ୍କୁଲ ଅଫ୍‌ ହୋଟେଲ ମ୍ୟାନେଜମେଣ୍ଟ (ଫ୍ୟାକଲଟି ଅଫ୍‌ ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍‌ ମ୍ୟାନେଜମେଣ୍ଟ୍‌)ର ଜାତୀୟସ୍ତରୀୟ କର୍ମଶାଳା ଆଜି ଅନୁଷ୍ଠିତ ହେବ। ସୋଆର ଦ୍ୱିତୀୟ କ୍ୟାମ୍ପସ ପରିସରରେ ଅନୁଷ୍ଠିତ ହେବାକୁ ଥିବା ଏହି କର୍ମଶାଳା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହାକୁ ମରିସସ୍‌ର ରାଷ୍ଟ୍ରଦୂତ ଜଗଧିଶ୍ୱର ଗୋବର୍ଦ୍ଧନ ଉଦ୍‌ଘାଟନ କରିବେ ।

କର୍ମଶାଳାରେ ଆତିଥ୍ୟ: ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ନେଇ ଆଲୋଚନା ହେବ । ଜାତୀୟସ୍ତରର ଶିଳ୍ପପତି, ଶିକ୍ଷାବିତ୍‌, ନୀତିନିର୍ମାତା, ଗବେଷକ, ଛାତ୍ରଛାତ୍ରୀ ଯୋଗଦେଇ ଶିଳ୍ପର ବର୍ତ୍ତମାନ ସ୍ଥିତି ଭବିଷ୍ୟତ କିଭଳି ହେବ ଆଦି ସେ ବାବଦରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ । କର୍ମଶାଳାର ଦ୍ୱିତୀୟ ଦିନରେ ସୃଜନଶୀଳ ପ୍ରକଳ୍ପ ମାଧ୍ୟମରେ ଖାଦ୍ୟ, ଫଟୋଗ୍ରାଫି, ସାମ୍ବାଦିକତା, ସ୍ୱତନ୍ତ୍ର ଖାଦ୍ୟ ଶୈଳୀର ଡିଜାଇନ୍‌ ଓ ଯୋଗାଯୋଗ ସମ୍ପର୍କରେ ଜ୍ଞାନ ଆହରଣ କରିପାରିବେ ବୋଲି ହୋଟେଲ ମ୍ୟାନେଜମେଣ୍ଟର ଅଧ୍ୟକ୍ଷ ପ୍ରଫେସର ଶୀତିକଣ୍ଠ ମିଶ୍ର ସୂଚନା ଦେଇଛନ୍ତି ।