ଆଜି ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର ୨୯/୧: ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବାକି ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିବା ସମ୍ଭାବନା ଅଛି । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସଙ୍କ କହିବାନୁଯାୟୀ ଆସନ୍ତାକାଲି ଉତ୍ତର ଓଡ଼ିଶାର କେତେକ ଜାଗାରେ ବର୍ଷା ହୋଇପାରେ । ଅପରପକ୍ଷରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗିର, କେନ୍ଦୁଝରରେ ଘନ କୁହୁଡ଼ି ଆଶଙ୍କା ଅଛି । ଗୁରୁବାର କାଁ ଭାଁ ବର୍ଷା ହୋଇପାରେ । ତେବେ ଫେବ୍ରୁଆରୀ ପହିଲାରେ ପୁଣି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । ଏଭଳି ପାଗ ଯୋଗୁ ଆସନ୍ତା ୨ ଦିନ ଭିତରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ । ବର୍ଷା କମିଯିବା ପରେ ଉତ୍ତର ଓଡ଼ିଶାରେ ରାତି ତାପମାତ୍ରା ୨-୩ ଡିଗ୍ରୀ କମିପାରେ ।

   ସମ୍ବନ୍ଧିତ ଖବର


ଅଢ଼େଇ ଲକ୍ଷ ଟଙ୍କାର ଧଳାଜହର ଜବତ: ନିଶାରାଣୀ ସାରା ଓ ସହଯୋଗୀ ଗିରଫ

୨୨ ବର୍ଷ ହେଲା ଚମଡ଼ା ନିଗମରେ ତାଲା: ଦୀର୍ଘ ବର୍ଷ ହେବ ପାଉଣା ଅପେକ୍ଷାରେ କର୍ମଚାରୀ

ନନ୍ଦନକାନନ ବ୍ୟାଟେରି ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଦମ୍ପତିଙ୍କୁ ଧକ୍କାଦେଇ ବେଞ୍ଚକୁ ପିଟିଲା, ୬ ପର୍ଯ୍ୟଟକ ଆହତ

ଭାଇର ଫି ଛାଡ଼ ପାଇଁ ଡାକି ବଡ ଭଉଣୀକୁ ସ୍କୁଲ ମାଲିକ କଲେ ଦୁଷ୍କର୍ମ: ଅଭିଯୁକ୍ତ ଅଟକ