PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩/୦୮: ଆଜିଠୁ ରାଜ୍ୟରେ ବଢ଼ିପାରେ ବର୍ଷା। କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୨-୩ ଦିନ ବର୍ଷା ପ୍ରକୋପ ଅଧିକ ରହିବ । ଉପକୂଳଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନରେ କୁହାଯାଇଛି, ଗୁରୁବାର ସୁଦ୍ଧା ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ଆଜି ରାଜ୍ୟର ଅନେକ ଜାଗାରେ ବର୍ଷା ସମ୍ଭାବନା ଅଛି । କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୧୪ ତାରିଖରେ ପୁରୀ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଦେବଗଡ଼ର ସ୍ଥାନେ ସ୍ଥାନେ ଅଧିକ ବର୍ଷିପାରେ । ୧୫ରେ ବର୍ଷା ପରିମାଣ ଆହୁରି ବଢ଼ିପାରେ । ସମ୍ବଲପୁର, ସୋନପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ବଲାଙ୍ଗିରରେ ପ୍ରବଳରୁ ପ୍ରବଳତର ବର୍ଷା ସ୍ଥାନେ ସ୍ଥାନେ ହୋଇପାରେ । ଆଉ କେତେକ ଜିଲ୍ଲାରେ ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଲଘୁଚାପ ଯୋଗୁ ଆସନ୍ତା ୧୪ ଓ ୧୫ ତାରିଖରେ ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।