ଆଜିଠୁ ତାତିରୁ ମିଳିବ ଆଶ୍ୱସ୍ତି, ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର, ୧୭/୪: ତାତି ସାମାନ୍ୟ କମିଛି । ଆସନ୍ତା ୪-୫ ଦିନ ଯାଏଁ ଗ୍ରୀଷ୍ମ ପ୍ରକୋପରୁ ଆହୁରି ଆଶ୍ୱସ୍ତି ଅନୁଭୂତ ହେବ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଗୁରୁବାର ରାଜ୍ୟର ୭ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ଥିଲା । ଏ ସମସ୍ତ ଅଞ୍ଚଳ ଆଭ୍ୟନ୍ତରୀଣ ଓଡ଼ିଶାରେ ରହିଛି । ସୋନପୁରରେ ସର୍ବାଧିକ ତାପମାତ୍ରା ୪୦.୮ ଡିଗ୍ରୀ ସେଲସିୟସ୍‌, ବଲାଙ୍ଗିର ତାପମାତ୍ରା ୪୦.୫, ଟିଟିଲାଗଡ଼ ୪୦.୨, ମାଲକାନଗିରି ୪୦.୨, ଅନୁଗୁଳ ୪୦.୧, ତାଳଚେର ୪୦.୧, ବୌଦ୍ଧ ୪୦ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ଅପରପକ୍ଷରେ ସମଗ୍ର ଉପକୂଳ ଅଞ୍ଚଳ ୪୦ ଡିଗ୍ରୀ ସେଲସିୟସ୍‌ ତଳେ ଥିଲା । କଟକ ତାପମାତ୍ରା ୩୯.୬, ଭୁବନେଶ୍ୱର ୩୯.୨, ପାରଳାଖେମୁଣ୍ଡି ୩୯, ଚାନ୍ଦବାଲି ୩୭.୫ ଡିଗ୍ରୀ ରେକର୍ଡ ହୋଇଛି ।

ପାଣିପାଗ ବିଭାଗ କହିଛି, ଆସନ୍ତା ୪-୫ ଦିନ ଯାଏଁ ସର୍ବୋଚ୍ଚ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ । ଉପକୂଳ ଓଡ଼ିଶାରେ ପାରଦ ୪୦ ଡିଗ୍ରୀ ଡେଇଁବ ନାହିଁ । ପ୍ରାୟତଃ ପାରଦ ୩୮ ଡିଗ୍ରୀ ଭିତରେ ରହିବ । ଅପରପକ୍ଷରେ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ତାପମାତ୍ରା ପୂର୍ବାପେକ୍ଷା କମ୍‌ ରହିବ । ଅଳ୍ପ କେତେକ ଜାଗାରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିପାରେ ।

ଅନୁମାନ କରାଯାଉଛି, ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ହୋଇପାରେ । ଆଜି (ଶୁକ୍ରବାର) କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ,ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ନୟାଗଡ଼ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି । କେତେକ ଜାଗାରେ ବଜ୍ରପାତ ଆଶଙ୍କା ରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା, ଗଜପତିର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଧୂଳିଝଡ଼ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ଅଛି । ଏଭଳି ପାଗ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରହିବ । ଆଜି ଭୁବନେଶ୍ୱର ତାପମାତ୍ରା ୩୮ ଡିଗ୍ରୀକୁ ଖସିପାରେ ।

   ସମ୍ବନ୍ଧିତ ଖବର


କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ବଡ଼ ବୟାନ, ସମସ୍ତଙ୍କୁ ନିଃଶୁଳ୍କରେ ମିଳିବ କରୋନା ଟିକା

ସବ୍-ଇନ୍ସପେକ୍ଟରଙ୍କ କଳାକାରନାମା: ଝିଅଙ୍କୁ ଅଶ୍ଲୀଳ କମେଣ୍ଟ ସହ କରୁଥିଲେ ଅସଦାଚରଣ, ଶେଷରେ ଗିରଫ ହେଲେ ଏପରି

ମେହବୁବା ମୁଫତିଙ୍କ ମନ୍ତବ୍ୟକୁ ନେଇ ବିଜେପି କର୍ମୀଙ୍କ ହଙ୍ଗାମା, ଜମ୍ମୁରେ ପିଡିପି କାର୍ଯ୍ୟାଳୟରେ ଉଡାଇଲେ ତିରଙ୍ଗା

ବ୍ଲାକରୋଜ ଜାହାଜରେ ପିଟିହୋଇ ବୁଡିଗଲା ମାଛଧରା ଟ୍ରଲର: ୫ ଜଣ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ

‘ଦାଦାବଟିକୁ ନା’ ଅଭିଯାନ: ଦାଦାବଟି ମାଗି ବନ୍ଧା ହେଲେ ୬ ସାମ୍ବାଦିକ, ୩୧ ହଜାର ଟଙ୍କା ଜବତ

ଫେରୁଛି କରୋନାର ଦ୍ବିତୀୟ ଲହର: ସ୍ପେନରେ ମଇ ପର୍ଯ୍ୟନ୍ତ ଜରୁରୀକାଳୀନ ପରିସ୍ଥିତି ଲାଗୁ, ଶ୍ରୀଲଙ୍କାରେ ପାସେଞ୍ଜର ଟ୍ରେନ୍ ବନ୍ଦ