ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ସମ୍ପନ୍ନ

ଭୁବନେଶ୍ୱର, ୧୧।୦୫ : ରୋଗୀଙ୍କୁ ଉତ୍ତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ଚିକିତ୍ସା ଭାବେ ଉଭା ହୋଇଥିବା ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ପ୍ରକ୍ରିୟା ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍ ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସଫଳତାର ସହ ସମ୍ପନ୍ନ ହୋଇଛି ।

ଏହି ପ୍ରକ୍ରିୟା ପରିଚାଳନା କରିଥିବା ହସ୍ପିଟାଲ୍‌ର ଅସ୍ଥିଶଲ୍ୟ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଡାକ୍ତର ରଞ୍ଜିତ କୁମାର ପାତ୍ର କହିଛନ୍ତି ଯେ ଏହି ଅସ୍ତ୍ରୋପଚାର ପରେ ରୋଗୀ ଯନ୍ତ୍ରଣାରୁ ମୁକ୍ତି ପାଇଥାଏ । ସେହିପରି ଆର୍ଥ୍ରାଇଟିସ୍‌ ସମସ୍ୟା ଯୋଗୁଁ ସୃଷ୍ଟି ହେଉଥିବା ଆଣ୍ଠୁ ଯନ୍ତ୍ରଣା ମଧ୍ୟ ସମ୍ପୂର୍ଣ୍ଣ ଦୂର ହୋଇଥାଏ ବୋଲି ସେ କହିଛନ୍ତି ।

ଯନ୍ତ୍ରଣା ମୁକ୍ତ ହେବା ସହ ସଂପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ଦ୍ୱାରା ଆଣ୍ଠୁରେ ନଷ୍ଟ ହୋଇଥିବା ହାଡ ଓ କାର୍ଟିଲେଜକୁ ବାହାର କରାଯାଇ କୃତ୍ରିମ ଅଂଶ ଲଗାଯାଇଥାଏ ଯାହା ଦ୍ୱାରା ଆଣ୍ଠୁ ସାଧାରଣ ଭାବେ କାର୍ଯ୍ୟକ୍ଷମ ହୋଇଥାଏ । ଏହା ଦ୍ୱାରା ମଣିଷର ଜୀବନଧାରାରେ ଉନ୍ନତି ପରିଲକ୍ଷିତ ହୋଇଥାଏ ବୋଲି ସେ କହିଛନ୍ତି ।

ଡାକ୍ତର ପାତ୍ର କହିଛନ୍ତି ପ୍ରାୟ ଏକ ବର୍ଷରୁ ଊର୍ଦ୍ଧ୍ୱ ହେବ ଡାହାଣ ଆଣ୍ଠୁରେ ଯନ୍ତ୍ରଣା ଓ ସମସ୍ୟା ନେଇ ଜଣେ ମହିଳା ରୋଗୀ ହସ୍ପିଟାଲ୍‌କୁ ଆସିଥିଲେ । ସେହି ସମୟରେ ସେ ଠିକ୍ ଭାବେ ଚାଲିପାରୁ ନଥିଲେ । ସଂପୂର୍ଣ୍ଣ ପରୀକ୍ଷା ନିରୀକ୍ଷା ପରେ ତାଙ୍କର ଡାହାଣ ଆଣ୍ଠୁରେ ଆଡ୍‌ଭାନ୍ସଡ ଅଷ୍ଟିଓଆର୍ଥ୍ରାଇଟିସ୍ ସମସ୍ୟା ଥିବା ସହ ହାଡ଼ କ୍ଷୟ ପାଇଥିବା ଜଣାପଡ଼ିଥିଲା । ଏଥି ସହିତ ତାଙ୍କର ରକ୍ତହୀନତା, ରକ୍ତଚାପ ଓ ହାଇପୋଥାଇରଏଡ୍ ସମସ୍ୟା ଥିବାର ଜଣାପଡ଼ିଥିଲା ବୋଲି ସେ କହିଛନ୍ତି ।

ତାଙ୍କର ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ କରିବାର ଯୋଜନା କରାଯାଇଥିବା ବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା, ଗୁରୁତର ଅଷ୍ଟିଓ ପୋରୋସିସ୍ ଓ ହାଡ଼ କ୍ଷୟକୁ ଦୃଷ୍ଟିରେ ରଖି ଖୁବ୍ ଯତ୍ନର ସହ ଆଣ୍ଠୁରେ ଇମପ୍ଳାଂଟ ଲଗାଯିବା ସହ ବୋନ୍‌ ସିମେଂଟ ସହ ପ୍ରତ୍ୟାରୋପଣ କରାଯାଇଥିଲା । ଅସ୍ତ୍ରୋପଚାର ସମୟରେ କିମ୍ବା ପରେ କୌଣସି ସମସ୍ୟା ରୋଗୀଙ୍କ ଠାରେ ଦେଖା ଦେଇନଥିବା ଡାକ୍ତର ପାତ୍ର କହିଛନ୍ତି । ଏହି ଅସ୍ତ୍ରୋପଚାରରେ ହସ୍ପିଟାଲ୍‌ର ଆନେସ୍‌ଥେସିଓଲୋଜିଷ୍ଟ ଡାକ୍ତର ଶାରଦା ପ୍ରସନ୍ନ ଦାଶ ଓ ଅନ୍ୟ ଓଟି କର୍ମଚାରୀମାନେ ସହଯୋଗ କରିଥିଲେ । ହସ୍ପିଟାଲ୍‌ର ନିର୍ଦ୍ଦେଶକ ଦେବପ୍ରସାଦ ଦାଶ କହିଛନ୍ତି ଯେ ଗତ ୧ ମାସ ମଧ୍ୟରେ ଅସ୍ଥିଶଲ୍ୟ ବିଭାଗ ପକ୍ଷରୁ ହିପ୍ ରିପ୍ଲେସ୍‌ମେଂଟ ଓ ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ସହ ପ୍ରାୟ ୨୫ଟି ଅସ୍ତ୍ରୋପଚାର କରାଯାଇଛି । ଏଥିରେ ଇଏନ୍‌ଟି, ଗାଏନାକୋଲୋଜି ଏବଂ ୟୁରୋଲୋଜି ବିଭାଗ ପକ୍ଷରୁ ମଧ୍ୟ ରୋଗୀମାନଙ୍କର ବିଭିନ୍ନ ଅସ୍ତ୍ରୋପଚାର ସାମିଲ ଅଛି ବୋଲି ସେ କହିଛନ୍ତି । ଗତ ଫେବୃଆରୀ ୧୪ ତାରିଖରେ ଉଦ୍‌ଘାଟିତ ହୋଇଥିବା ଏହି ହସ୍ପିଟାଲ୍‌ରେ ୬ ମୋଡୁଲାର ଓଟି ଓ ୪୦ଟି ଆଇସିୟୁ ବେଡ୍ ଥିବା ସେ କହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.