PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ସଡକ ଦୁର୍ଘଟଣାରେ ଟ୍ରକ ଚାଳକ,ହେଲପର ମୃତ

ଭଣ୍ଡାରିପୋଖରୀ, (ଆ.ପ୍ର.)-୧୬ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ପାଳଦା ବାଙ୍କ ନିକଟରେ ଦିନ ୨ଟା ବେଳେ ସମୟରେ ଏକ ପାଇପ ବୋଝେଇ ବାର ଚକିଆ ଆନ୍ଧ୍ର ଟ୍ରକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଡ୍ରାଇଭର ଏବଂ ହେଲପର୍‌ଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

AP-04 TU-2437 ନମ୍ବର ବିଶିଷ୍ଟ ଟ୍ରକଟି ବାଲେଶ୍ବର ପଟୁ କଟକ ଆଡ଼କୁ ଦ୍ରୁତ ଗତିରେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ଭଣ୍ଡାରିପୋଖରୀ ପାଳଦା ବାଙ୍କ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଗାଡ଼ିଟି ଓଲଟି ପଡିବାରୁ ବୋଝେଇ ହୋଇଥିବା ପାଇପ ଗୁଡ଼ିକ ଗାଡ଼ି ଚାଳକ ଓ ହେଲପରଙ୍କ ଉପରେ ଲଦି ହୋଇ ପଡିବାରୁ ସେମାନେ ଗାଡି ଭିତରୁ ବାହାରି ପାରିନଥିଲେ। ସ୍ଥାନୀୟ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଭଣ୍ଡାରି ପୋଖରୀ ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ।

ଅଗ୍ନିଶମ ବାହିନୀର କର୍ମଚାରୀ ମାନେ ପହଞ୍ଚି ଜେସିବି ଓ ଗ୍ୟାସ କଟର ସହାୟତାରେ ଚାଳକ ଓ ହେଲପରଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।ଭଣ୍ଡାରିପୋଖରୀ ପୋଲିସ ଏଥିନେଇ ଏକ ମାମଲା ରୁଜୁ କରିଛି। ଟ୍ରକର ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ରୁ ସେମାନଙ୍କ ପରିଚୟ ଜଣାପଡିନାହିଁ।