ମୁହାଁ ମୁହିଁ ଧକ୍କା ହେଲା ଟ୍ରକ୍‌ : ଗୁରୁତର ଡ୍ରାଇଭରଙ୍କୁ ହସ୍ପିଟାଲରେ ଭର୍ତ୍ତି

ହିଞ୍ଜିଳିକାଟୁ ୩୦।୧୦: ହିଞ୍ଜିଳିକାଟୁ ସହର ଉପଖଣ୍ଡ ଶ୍ୟାମଳାୟୀ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ ଗତ ବିଳମ୍ବିତ ରାତି ପ୍ରାୟ ୧୨.୩୦ ମିନିଟ ସମୟରେ ବ୍ରହ୍ମପୁର ପଟରୁ ଆସୁଥିବା ଟ୍ରକ ନଂ OR k 9495 ଓ ଆସ୍କା ପଟରୁ ଆସୁଥିବା ଟ୍ରକ ନଂ OD 02 BH 6554 ଉଭୟ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ ଜଣେ ଟ୍ରକ ଡ୍ରାଇଭର ଟ୍ରକ ସିଟରେ ଚାପି ହୋଇଥିଲେ ।

ଖବର ପାଇଁ ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସ, ଦମକଳ ବାହିନୀ ଓ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ କ୍ରେନ ସାହାଯ୍ୟରେ ଉଦ୍ଧାର କରି ପ୍ରଥମେ ହିଞ୍ଜିଳି କାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବାର ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିଥିବା ଜଣାପଡିଛି ।

   ସମ୍ବନ୍ଧିତ ଖବର


ମାଲକାନଗିରି ଛତିଶଗଡ଼ ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ: ଜଣେ ଯବାନ ସହିଦ,୧୦ ଗୁରୁତର

୧୦ ଦିନରେ ସରିଲା ଶୀତ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ

ହକି ବିଶ୍ୱକପ୍‌-୨୦୨୩ ପ୍ରସ୍ତୁତି ପର୍ବ ଆରମ୍ଭ: ୭ରେ ରାଉରକେଲା ଆସିବେ ଉଚ୍ଚସ୍ତରୀୟ କମିଟି

୩ଟି ପୁଅର ମା’କୁ ପ୍ରେମରେ ଫସାଇ ଶାରୀରିକ ଶୋଷଣ କଲେ ପ୍ରତାରକ ପ୍ରେମିକ, ପତ୍ନୀର ମାନ୍ୟତା ଦେଲେ କିନ୍ତୁ ଘରକୁ ନ ନେଇ ହତ୍ୟାଧମକ ଦେଇ ବନ୍ଧା ହେଲେ ଡିଇଓ

କୋଭିଡ୍ ମୃତ୍ୟୁରେ ଲାଗିଲା ବ୍ରେକ୍: ୨୪ଘଣ୍ଟାରେ ଆଖିବୁଜିଲେ ୪ ଜଣ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ୧୭୩୪କୁ ବୃଦ୍ଧି

ଓଡ଼ିଶାରେ ‌୫ ହଜାରକୁ ଖସିଲା ଆକ୍ଟିଭ୍‌ କେସ୍: ୨୪ଘଣ୍ଟା ଆଉ ୫୧୮ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ଟପିଲା