ପ୍ରମୁଖ ଖବର
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଗାଁ ଦାଣ୍ଡରେ ଖେଳୁଥିବା ବେଳେ ଧକ୍କା ଦେଲା ଟ୍ରାକ୍ଟର, ଜୀବନ ହାରିଲା ନିଷ୍ପାପ ଶିଶୁ

ଭଦ୍ରକ,୧୬।୧୨:  ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ କରଞ୍ଜଆଡିଆ ଗାଁରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି।  ଗାଁ ଦାଣ୍ଡରେ ଖେଳୁଥିବା ଦୁଇ ଶିଶୁଙ୍କ ଉପରେ ଏକ ଟ୍ରାକ୍ଟର ଚଢ଼ିଯିବାରୁ ଘଟଣାସ୍ଥଳରେ ଜଣେ ଶିଶୁର ମୃତ୍ୟୁ ଘଟିଛି। ଅନ୍ୟଜଣେ ଗୁରୁତର ଭାବେ ଆହତ ହୋଇଛି। 

ଆଜି ଦିନ ପ୍ରାୟ ସାଢ଼େ ଏଗାରଟା ବେଳେ  କରଞ୍ଜଆଡିଆରେ ଦୁଇ ଶିଶୁ ଗାଁ ଦାଣ୍ଡରେ ଖେଳୁଥିଲା ବେଳେ ଏକ ଟ୍ରାକ୍ଟର ଦୁହିଁଙ୍କ ଉପରେ ଚଢ଼ି ଯାଇଥିଲା।  ଟ୍ରାକ୍ଟର ଚକ ଚଢ଼ି ଯିବା ଫଳରେ ଦୁଇ ଶିଶୁ ଚାପି ହୋଇ ଯାଇଥିଲେ।  ଘଟଣାସ୍ଥଳରୁ ଉଭୟ ଶିଶୁଙ୍କୁ ଗାଁ ଲୋକେ ଉଦ୍ଧାର କରି ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଶିଶୁ ହେଲେ କାଳିଆ ମଲିକ (୬)।  ଦୁର୍ଘଟଣାରେ ଅନିରୁଦ୍ଧ ମଲିକ (୬) ଗୁରୁତର ଆହତ ହୋଇଛନ୍ତି।

ଗୁରୁତର ଅନିରୁଦ୍ଧର ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାକୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଟ୍ରାକ୍ଟର ଡ୍ରାଇଭର ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି। ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.