PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ପୋଖରୀ ହୁଡ଼ା ଗଛରୁ ଝୁଲନ୍ତା ଅବସ୍ଥାରେ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ବ୍ରହ୍ମପୁର, ୨୧।୧୨: ପୋଖରୀ ହୁଡାରୁ ଉଦ୍ଧାର କରାଯାଇଛି ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ। ଏଗଳି ଏକ ଅଭାବନୀୟ ଘଟଣା ଘଟିଛି  ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ କବିସୂର୍ଯ୍ୟନଗରର ସୂନାପଲି ଗାଁରେ। ଘଟଣା ସମ୍ପର୍କରେ ସୂଚନା ପାଇଁ ପୋଲିସ ମୃତଦେହକୁ ଜବତ କରି ଆରମ୍ଭ କରିଛି ତଦନ୍ତ।

ସୂନାପଲି ଗାଁର ଲାଲୁଘାଇ ପୋଖରୀ ହୁଡାରେ ଯୁବକ-ଯୁବତୀଙ୍କୁ ମୃତଦେହ ଝୁଲୁଥିବା ପ୍ରଥମେ ଗାଁ ଲୋକ ଦେଖିବା ପରେ ଗହଳି ଜମିଥିଲା। ଖବର ପାଇ ସେଠାରେ ପୋଲିସ ପହଁଞ୍ଚିଥିଲା। ଏହାପରେ ଦୁହିଁଙ୍କର ମୃତଦେହକୁ ଜବତ କରାଯାଇ ତଦନ୍ତ ଆରମ୍ଭ କରାଯାଇଛି।

ଗାଁ ମୁଣ୍ଡ ପୋଖରୀରୁ ହୁଡାରେ ଥିବା ଏକ ଗଛରେ ଉଭୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି। ପୋଲିସ ଦୁହିଙ୍କର ମୃତଦେହକୁ ବ୍ୟବଚ୍ଛେଦ   ମେଡିକାଲକୁ ପଠାଇଛି । ମୃତ ଯୁବକ-ଯୁବତୀଙ୍କ ପରିଚୟ ମିଳିପାରିନାହିଁ। ଉଭୟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ଘଟଣାର ଅଧିକ ଛାନଭିନ୍ ଜାରି ରଖିଛି।