PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଜଗୁଆଳୀଙ୍କ ଘରୁ ଚୋରି- ୨ କୁଖ୍ୟାତ ଚୋର ଗିରଫ

ଦାରିଙ୍ଗବାଡ଼ି, (ଆପ୍ର): ପର୍ତମାହା ପଞ୍ଚାୟତର ରାତ୍ର ଜଗୁଆଳ ପାଣ୍ଡଵ ପ୍ରଧାନଙ୍କ ଘର ତାଲା ଭାଙ୍ଗି ଲୁଟ କରିବା ଘଟଣାରେ ଦାରିଙ୍ଗବାଡ଼ି ପୋଲିସ ୨ ଜଣ କୁଖ୍ୟାତ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି । ଗିରଫ ଦୁଇ କୁଖ୍ୟାତ ଚୋର ହେଲେ ସବେରାଙ୍ଗା ଗ୍ରାମର ଦିଲୀପ ପ୍ରଧାନ ଓ କୁମ୍ଭାରବାଡ଼ି ସ୍ଥିତ ନୂଆସାହି ଗ୍ରାମର ସୁନୀଲ ପ୍ରଧାନ ।

ସୂଚନା ପ୍ରକାରେ ୨୦୧୯ ମସିହା ମାର୍ଚ ୫ ତାରିଖ ଦିନ ସନ୍ଧ୍ୟା ସମୟରେ ପାଣ୍ଡଵ ପ୍ରଧାନ ଘରେ ତାଲା ପକାଇ ପଞ୍ଚାୟତ ଅଫିସକୁ ଯାଇ ନିଜର ଜଗୁଆଳ କାମ କରି ୬ ତାରିଖ ଦିନ ସକାଳ ସମୟରେ ଘରକୁ ଫେରିଥିଲେ । ହେଲେ ଘରକୁ ଫେରି ଦେଖିଲା ବେଳକୁ ଘରର ତାଲା ଭାଙ୍ଗି କେହି ଦୁର୍ବୁତ୍ତ ଘରର ବହୁ ସାମାନ ଚୋରିକରି ନେଇଥିବା ଦେଖିଥିଲେ। ଘର ଭିତରେ ଥିବା ଦେଢ଼ ତୋଳା ସୁନା,ମୋବାଇଲ,ଏଲଇଡ଼ି ଟିଭି , ୮ ଗୋଟି ଲୁଗା ଚୋରି ହୋଇଥିବା ସେ ଜାଣିବାକୁ ପାଇଥିଲେ । ଏହାପରେ ପାଣ୍ଡଵ ପ୍ରଧାନ ଦାରିଙ୍ଗବାଡ଼ି ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ ।

ପୋଲିସ ଏ ନେଇ ମାମଲା ନଂ ୨୧/୧୯ ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ଏହି ଘଟଣାରେ ପୋଲିସ ମଙ୍ଗଳବାର ସୁନୀଲ ଓ ଦିଲୀପଙ୍କ ଘରେ ଚଢ଼ଉ କରି ଦୁଇ ଜଣଙ୍କୁ ଗିରଫ କରିବା ସହ ଗୋଟିଏ ଏଲଇଡ଼ି ଟିଭି ଜବତ କରିଥିଲେ । ଏହି ଦୁଇ ଜଣଙ୍କ ନାମରେ କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଥାନାରେ ଏକାଧିକ ଅପରାଧିକ ମାମଲା ରହିଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।