ପ୍ରମୁଖ ଖବର
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ବ୍ରଜରାଜନଗର ଉପନିର୍ବାଚନ : ରାଧାରାଣୀଙ୍କ ପାଇଁ ପ୍ରଚାର କରିବେ ଧର୍ମେନ୍ଦ୍ର, ସଭା ଶୋଭାଯାତ୍ର ମାଧ୍ୟମରେ ମାଗିବେ ଭୋଟ୍

ଭୁବନେଶ୍ଵର, ୨୩/୦୫ : ରାଧାରାଣୀଙ୍କ ପାଇଁ ନିର୍ବାଚନୀ ପ୍ରଚାର ମଇଦାନରେ ଓହ୍ଲାଇବେ ଧର୍ମେନ୍ଦ୍ର। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେପି ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ପାଇଁ ଆସନ୍ତାକାଲି ବ୍ରଜରାଜନଗରରେ ମାରାଥନ ପ୍ରଚାର କରିବେ। ବେଲପାହାଡ଼ ମ୍ୟୁନିସିପାଲିଟି, ବ୍ରଜରାଜନଗର ମ୍ୟୁନିସିପାଲିଟି, ଲକ୍ଷନପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ରୋଡ଼ ସୋ, ସାଧାରଣ ସଭା ଆଦି ମାଧ୍ୟମରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ । ତେବେ ଆଗାମୀ ଦିନରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂ, କେନ୍ଦ୍ର ରେଳ ମନ୍ତ୍ରୀଙ୍କ ସମେତ ଏକାଧିକ କେନ୍ଦ୍ରୀୟ ନେତା ମଧ୍ୟ ପ୍ରଚାରରେ ସାମିଲ ହେବେ ।

ସୂଚନାଥାଉକି, ବ୍ରଜରାଜନଗର ଉପନିର୍ବାଚନ ପ୍ରଚାର ପାଇଁ ବିଜେପିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ମଇଦାନକୁ ଓହ୍ଲାଇବେ। ଉପନିର୍ବାଚନ ଆସନ ହାତେଇବା ପାଇଁ ସବୁ ଦଳ ନିଜ ନିଜର ରଣନୀତିକୁ ଜୋରଦାର କରିଛନ୍ତି । ସେହିପରି ବିଜେଡିର ମଧ୍ୟ ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ମଇଦାନକୁ ଓହ୍ଲାଇବେ। ଏହି ତାଲିକାରେ ବିଜେଡି ପ୍ରମୁଖ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅରୁଣ ସାହୁ, ସଞ୍ଜୟ କୁମାର ଦାସ ବର୍ମା, ମନ୍ତ୍ରୀ ସମୀର ରଞ୍ଜନ ଦାସ, ମନ୍ତ୍ରୀ ନବ କିଶୋର ଦାସ ପ୍ରମୁଖ ଅଛନ୍ତି ।

ନିର୍ବାଚନ ମଇଦାନରେ ମୋଟ ୧୧ ଜଣ ପ୍ରାର୍ଥୀ ଅଛନ୍ତି। ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ମୃତ୍ୟୁ ପରେ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି। ମେ ୩୧ରେ ଭୋଟ ଗ୍ରହଣ ହେବ। ଜୁନ ୩ ତାରିଖରେ ଭୋଟ ଗଣତି ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.