PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

କେନ୍ଦ୍ରମନ୍ତ୍ରୀ କୈଳାସ ଚୌଧୁରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୦୯/୦୮: କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ କୈଳାସ ଚୌଧୁରୀ କରୋନା ସଂକ୍ରମିତ ହୋଇଛନ୍ତି । ସେ ନିଜେ ଟୁଇଟ କରି ଏହି ସୂଚନା ଦେବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ନିଜକୁ କ୍ୱାରେଣ୍ଟାଇନ ରଖିବା ସହ ନିଜର ନମୁନା ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି ।

ଚୌଧୁରୀ ଉଲ୍ଲେଖ କରିଛନ୍ତି ଯେ ୭ ତାରିଖରେ ତାଙ୍କୁ ସାମାନ୍ୟ ଜ୍ୱର ହେବା ସହ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ତେଣୁ ସେ ନିଜର କରୋନା ପରୀକ୍ଷା କରାଇଥିଲେ । ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି । ବର୍ତ୍ତମାନ ସେ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେଠାରେ ଡାକ୍ତରମାନେ ତାଙ୍କର ଚିକିତ୍ସା କରୁଛନ୍ତି । ତେବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଦର୍ଶାଇଛନ୍ତି ।

ତେଣୁ ଗତ କିଛିଦିନ ହେଲା ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି । ପୂର୍ବରୁ ରାଜସ୍ଥାନରୁ ରାଜ୍ୟସଭାକୁ ନିର୍ବାଚିତ ବିଜେପି ସାଂସଦ କିରୋରୀ ଲାଲ ମୀନା ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା ।