ଉତ୍ତରପ୍ରଦେଶ ଆମେଠିରେ ଦଳିତ ଗାଁ ମୁଖିଆଙ୍କ ସ୍ବାମୀକୁ ଜୀଅନ୍ତା ଜଳାଇ ହତ୍ୟା…

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶ ଆମେଠିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଦଳିତ ଗାଁ ମୁଖିଆଙ୍କ ସ୍ବାମୀଙ୍କୁ ଜୀଅନ୍ତା ଜଳାଇ ହତ୍ୟା କରାଯାଇଛି । ମୁନିଗଞ୍ଜ କୋଟଓ୍ବାଲି ଅଂଚଳର ବନ୍ଦୋଇଆ ଗାଁରୁ ଏହି ଖବର ଆସିଛି । ପାଚେରୀ ଭିତରେ ଅର୍ଦ୍ଧଦଗ୍ଧ ଭାବରେ ତାଙ୍କର ଶରୀର ପଡିଥିଲା । ଏକ ଘରୋଇ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ଏଠାରେ ସୂଚନା ଥାଉକି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କ ସଂସଦୀୟ କ୍ଷେତ୍ର ହେଉଛି ଆମେଠି । ଗତକାଲି ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଘରର ପାଚେରୀ ଭିତରେ ଜଣେ କେହି ଚିତ୍କାର କରି ଡାକୁଥିବା ପ୍ରଥମେ ଶୁଣିବାକୁ ମିଳିଥିଲା । ପରେ ଘରର ଲୋକମାନେ ଦେଖିବାରୁ ତାଙ୍କୁ ଆମ୍ବୁଲାନ୍ସ ଡକାଇ ହସ୍‌ପିଟାଲରେ ଭର୍ତ୍ତି କରିଥିଲେ । ଏନେଇ ପୋଲିସକୁ ସୂଚନା ଦେଇଥିଲେ ଗ୍ରାମବାସୀ । ହସପିଟାଲରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳରେ ଫରେନସିକ ଟିମ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

   ସମ୍ବନ୍ଧିତ ଖବର


ଦେଶର ସୀମାରେ ବଡ଼ ବିପଦ, ଆତଙ୍କବାଦୀଙ୍କ ଅନୁପ୍ରବେଶ ଚେଷ୍ଟା ଜାରି – ସେନା ମୁଖ୍ୟ

କରୋନା ଟିକା ଆସିବାର ତିନିରୁ ୪ ସପ୍ତାହ ମଧ୍ୟରେ ସମସ୍ତଙ୍କୁ ଟିକା ଦେବେ ଏହି ରାଜ୍ୟର ସରକାର

ଅପମିଶ୍ରିତ ନକଲି ଘିଅ କାରଖାନା ଉପରେ ପୁଲିସର ଚଢ଼ାଉ, ମାଲିକ ଛୁ

ନକଲି ରେଳ ଟିକେଟକୁ ସାବଧାନ- ମାତିଛନ୍ତି ଏ ପ୍ରକାରର ଦଲାଲ

ଶୋଇଥିବା ନିରୀହ ପୁଅର ତଣ୍ଟି ଚିପି ଦେଲା ନିଷ୍ଠୁର ପିତା –ପତ୍ନୀଙ୍କୁ କହିଲା ,ଏବେ ସେ ସବୁଦିନ ପାଇଁ ନିରାପଦ !

ଅଷ୍ଟ୍ରେଲିଆ ଉପରେ ଚୀନ୍‌ର ରାଗ- ଆମଦୀନୀ ହେଉଥିବା ମଦ ଉପରେ ବସାଇଲା ଦୁଇ ଶହ ପ୍ରତିଶତ ଟ୍ୟାକ୍ସ