PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ବିଷ୍ଣୁପଦ ସେଠୀଙ୍କୁ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱ, ମନୋରଞ୍ଜନ ପାଣିଗ୍ରାହୀଙ୍କ ଡେପୁଟେସନ୍‌ ଅବଧି ଶେଷ

ଭୁବନେଶ୍ୱର,୫।୮: ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀଙ୍କ ଡେପୁଟେସନ୍‌ ଅବଧି ଆଜି ଶେଷ ହୋଇଛି । ଉକ୍ତ ସ୍ଥାନରେ ଆଇଏଏସ୍‌ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ଆଜି ବିଧିବଦ୍ଧ ଭାବେ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ବିଷ୍ଣୁପଦ ସେଠୀ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହା ପୂର୍ବରୁ ମଧ୍ୟ ସେ ସଂସ୍କୃତି ବିଭାଗର ସଚିବ ଭାବେ ଦାୟିତ୍ୱରେ ରହିସାରିଛନ୍ତି । ଶ୍ରୀ ସେଠୀଙ୍କ ପୂର୍ବରୁ ଗତ ୩୧ତାରିଖରେ ଓଡ଼ିଶା ପର୍ଯ୍ୟଟନ ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର କମିଶନର ତଥା ଶାସନ ସଚିବ ବିଶାଳ କୁମାର ଦେବଙ୍କୁ ସଂସ୍କୃତି ବିଭାଗର କମିଶନର ତଥା ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା ।

ନିର୍ଦ୍ଧାରିତ ତାରିଖ ଅନୁସାରେ ଆଜି ମନୋରଞ୍ଜନ ପାଣିଗ୍ରାହୀଙ୍କ ଡେପୁଟେସନ୍‌ ଅବଧି ଶେଷ ହେଉଛି । ଏନେଇ ଗତ ୨୭ ତାରିଖରେ ବିଧିବଦ୍ଧଭାବେ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେ ଦୀର୍ଘ ୫ ବର୍ଷ ହେବ ଡେପୁଟେସନରେ ଆସିଥିଲେ । ୨୦୧୫ରେ ଅଗଷ୍ଟ ୫ତାରିଖରେ ଡେପୁଟେସନ୍‌ରେ ଆସି ରାଜ୍ୟ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି ପାଇଥିଲେ । କିଛି ମାସ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇଥିଲେ । ଶ୍ରୀ ପାଣିଗ୍ରାହୀ ୧୯୮୮ ବ୍ୟାଚ୍‌ର ଭାରତୀୟ ରାଜସ୍ୱ ସେବାର ଅଧିକାରୀ ଅଟନ୍ତି ।