ଆଜି ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ : ପ୍ରଥମ ପର୍ଯ୍ୟାୟରେ ୧୩ଟି ଆସନ ପାଇଁ ମତଦାନ ଜାରି

ରାଞ୍ଚି ୩୦।୧୧: ଆଜି ଝାଡ଼ଖଣ୍ଡରେ ବିଧାନସଭା ପାଇଁ  ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ୬ଟି ଜିଲ୍ଲାର ୧୩ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ ଆରମ୍ଭ ହୋଇଛି । ସକାଳ ୭ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଭୋଟିଂ ହେବ । ୧୮୯ ଜଣ ପ୍ରାର୍ଥୀଙ୍କର ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ୩୭ଲକ୍ଷ ୮୩ହଜାର ଭୋଟର । ମତଦାନ ପାଇଁ ପ୍ରତ୍ୟେକ ଭୋଟ୍‍ ଗ୍ରହଣ କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।

ସେପଟେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଆଜି ପ୍ରାର୍ଥୀପତ୍ରଗୁଡ଼ିକୁ ଯାଞ୍ଚ୍‍ କରାଯିବ ଓ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ସୋମବାର ରହିଛି। ଏହି ପର୍ଯ୍ୟାୟ ପାଇଁ ଡିସେମ୍ବର ୧୬ ତାରିଖରେ ୪ଟି ଜିଲ୍ଲାର ୧୫ଟି ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ତେବେ ସୁରକ୍ଷା ଦୃଷ୍ଟିକୋଣରୁ ମୋଟ ୩୫ ହଜାରରୁ ଅଧିକ ଯବାନ ଓ ଅର୍ଦ୍ଧ ସାମରିକ ବଳ ନିୟୋଜିତ ହୋଇଛନ୍ତି । ଡିସେମ୍ବର ୨୦ରେ ମତଦାନ ଶେଷ, ଡିସେମ୍ବର ୨୩ରେ ଫଳାଫଳ ପ୍ରକାଶ ପାଇବ।

   ସମ୍ବନ୍ଧିତ ଖବର


ଏହି ରାଜ୍ୟରେ ଜୁନ୍ ମାସ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ଟଙ୍କା ବିନିଯୋଗ କଲେ ହୋଇଯିବ ଦୁଇ ଗୁଣ,୫୦ ହଜାର ବଦଳରେ ମିଳିବ ଏକଲକ୍ଷ ଟଙ୍କା

ଭୁବନେଶ୍ୱରରେ ମିଳୁଛି କୋଭିଡ ଟିକା !

ରାଜ୍ୟର ପ୍ରମୁଖ ୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ

ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗଇଙ୍କର ପରଲୋକ-ତିନିମାସ ତଳେ କରୋନା ଆକ୍ରାନ୍ତ ହୋଇଥିଲେ

ରାଜ୍ୟରେ ଏବେ ବେଆଇନ ଧର୍ମଘଟ କଲେ ଏକ ବର୍ଷ ଜେଲ୍‌ କିମ୍ବା ୫ ହଜାର ଜରିମାନା