କାଳବୈଶାଖୀ ସମ୍ଭାବନା: ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ ହୋଇପାରେ ବର୍ଷା

ଭୁବନେଶ୍ବର ୨୧/୪:ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁରରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ସ୍ଥାନରେ ଘଡଘଡି, ବିଜୁଳି ସହ କୁଆପଥର ମାଡ ହୋଇ ବର୍ଷା ହେବ।

ଏହାସହ ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁରରେ ମଧ୍ୟ ସ୍ବଳ୍ପ ବୃଷ୍ଟିର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି।
